ବୁଲେଟ୍‌ରୁ ଖସି ପଡ଼ି ଯୁବକଙ୍କ ମୃତ୍ୟୁ

ରାଇରଙ୍ଗପୁର,୨୮ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଗମ୍ଭାରିଆ ଗ୍ରାମାଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।

ପ୍ରକାଶ ଯେ, ଆଜି ଅପରାହ୍ନରେ ଏକ ବୁଲେଟ୍‌ ଯୋଗେ ୨ ଜଣ ଯୁବକ ରାଇରଙ୍ଗପୁର ପଟୁ ବହଳଦା ଅଞ୍ଚଳକୁ ଯାଉଥିବା ବେଳେ ଗମ୍ଭାରିଆ ଗ୍ରାମ ନିକଟସ୍ଥ ୨୨୦ ନଂ ଜାତୀୟ ରାଜପଥ  ଟର୍ନିଂରେ ଭାରସାମ୍ୟ ହରାଇ ବୁଲେଟ୍‌ରୁ ପଡ଼ି ଯାଇଥିଲେ। ଫଳରେ ସମୀର ଟୁଡୁ(୧୯)ଙ୍କ ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri