ଏମିତି ବି ଆସେ ମୃତ୍ୟୁ: ବିଲକୁ ଯାଉଥିବା ବେଳେ ଉପରେ ପଡ଼ିଲା ଶୁଖିଲା ଗଛର ଗଣ୍ଡି, ଚାଲିଗଲା ଜୀବନ…

ମୋହନା,୨୨।୧୦( ମନ୍ମଥ ମିଶ୍ର ): ମନୁଷ୍ୟ ଜୀବନ ପାଣି ଫୋଟକା ଭଳି, ମୃତ୍ୟୁ କେମିତି ଆସିବ କେହି ଆକଳନ କରିପାରିବେ ନାହିଁ l ସେଭଳି ଏକ ଦୁଃଖଦ ଘଟଣା କ୍ରମରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ହେଲେ ଗଜପତି ଜିଲା ରା. ଉଦୟଗିରି ବ୍ଲକ ସ୍ଥିତ ରାମଗିରି ଗ୍ରାମ ପାତ୍ରସାହିର ସୁମନ ପାଇକ( ୧୯)।

ସୂଚନା ମୁତାବକ, ବୁଧବାର ସକାଳ ୧୧ଟା ସମୟ ରେ ୫ ଜଣ ସାଙ୍ଗ ବାଟମାଙ୍ଗଳା ନିକଟରେ ଥିବା ବିଲକୁ ଯାଉଥିଲେ। ଏହି ସମୟରେ ମନ୍ଦିର ଛକ ରାସ୍ତା ପାର୍ଶ୍ୱରେ ଥିବା ବିରାଟକାୟ ଶୁଖିଲା ଆମ୍ବ ଗଛର ଏକ ଗଣ୍ଡି ସେମାନଙ୍କ ଉପରେ ପଡିଥିଲା। ଫଳରେ ସୁମତ୍କ୍‌ ମୁଣ୍ଡରେ ଗଭୀର ଆଘାତ ହୋଇ ପ୍ରବଳ ରକ୍ତ ବୋହିଥିଲା ଏବଂ ଅନ୍ୟମାନଙ୍କୁ ସାମାନ୍ୟ ଆଘାତ ଲାଗିଥିଲା l ସଙ୍କଟାପୂର୍ଣ୍ଣ ଅବସ୍ଥାରେ ଥିବା ସୁମନକୁ ସଙ୍ଗେ ସଙ୍ଗେ ସେମାନେ ଏକ ମୋଟର ସାଇକେଲ ଯୋଗେ ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ l ଡାକ୍ତର ତାପସ ରଞ୍ଜନ ପଣ୍ଡା ଙ୍କୁ ପ୍ରାଥମିକ ଚିକିତ୍ସା ପରେ ସୁମନର ମୁଣ୍ଡରେ ଗଭୀର ଆଘାତ ଥିବାହେତୁ ଜିଲା ମୁଖ୍ୟ ଚିକିତ୍ସାଳୟ କୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରିଥିଲେ l ହେଲେ ତାହା ପୂର୍ବରୁ ସୁମନଙ୍କ ପ୍ରାଣବାୟୁ ଉଡିଯାଇଥିଲା l

ପିଲାଟି ଦିନରୁ ସୁମନ ବାପାଙ୍କୁ ହରେଇ ଥିବା ବେଳେ ମା’ ଅନ୍ୟତ୍ର ବିବାହ କରି ଚାଲି ଯାଇଥିଲେ। ଶେଷରେ ସେ ମାଉସୀଙ୍କ ପାଖରେ ରହି ବଢିଥିଲେ। ଦିନମଜୁରିଆ ଓ ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଚଳେଇବା କଷ୍ଟ ସାଧ୍ୟ ହେଲେ ମଧ୍ୟ ସୁମନ ର ସବୁ ଅଭିଳାଷ ପୂରଣ କରୁଥିଲେ l ସୁମନ ର ମୃତ୍ୟୁ ଖବର ଶୁଣିବା ପରେ ସେ ସମ୍ପୂର୍ଣ୍ଣ ଭାଙ୍ଗିପଡିବା ବେଳେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ଘଟଣାକୁ ନେଇ ପାତ୍ରସାହି ବାସି ଥାନା ଅଧିକାରୀ ଡି. ଗଜପତି ଦୋରାଙ୍କ ସହ ଯୋଗାଯୋଗ କରି ଏ ନେଇ ରାମଗିରି ଥାନାରେ ୭/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଏଏସ୍‌ଆଇ କେ. ଶଙ୍କର ତଦନ୍ତ ଚଳେଇଛନ୍ତି l ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri