ମଳଦ୍ୱାରରେ ଭାକ୍ୟୁମ୍‌ କ୍ଲିନର ମେଶିନ ଲାଗି ଯୁବକଙ୍କ ମୃତ୍ୟୁ

ଯାଜପୁର,୨୩ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ତେନ୍ତୁଲିଖୁଣ୍ଟା ନିକଟରେ ଥିବା ହ୍ୟୁଣ୍ଡାଇ କାର ଶୋ’ରୁମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋ’ ରୁମ୍‌ର କାର୍‌ ଓ୍ବାଶିଂ ବିଭାଗରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ଥଟ୍ଟାମଜା ଯୋଗୁ ଭାକ୍ୟୁମ କ୍ଲିନର ମେଶିନ ଲାଗି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜେନାପୁର ହୋତାସାହି ଗ୍ରାମର ସିପୁନ ବେହେରା(୨୩)।
ମଙ୍ଗଳବାର ସନ୍ଧ୍ୟାରେ ସିପୁନ ଓ ତାଙ୍କ କେତେଜଣ ସାଙ୍ଗ ଭ୍ୟାକ୍ୟୁମ କ୍ଲିନର ମେଶିନ ଧରି ଥଟ୍ଟାମଜା ହେଉଥିଲେ। ଏହି ସମୟରେ ଜଣେ ସାଙ୍ଗ ସିପୁନଙ୍କ ମଳଦ୍ୱାରରେ ଭାକ୍ୟୁମ କ୍ଲିନର ମେଶିନ ପାଇପ ଲଗାଇ ମେଶିନ ଚଲାଇ ଦେଇଥିଲେ। ଫଳରେ ସିପୁନଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା। ତାଙ୍କୁ ତୁରନ୍ତ ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଆହୁରି ସଙ୍କଟାପନ୍ନ ହେବାରୁ ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ୩ଟା୩୦ରେ ତାଙ୍କର ମୃତ୍ୟୁ ଘଟିଛି। ସିପୁନଙ୍କ ବାପା ନ ଥିବାବେଳେ ସେ ଅତ୍ୟନ୍ତ ଗରିବ ଶ୍ରେଣୀର। ଶୋ’ରୁମ୍‌ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଖବର ଲେଖା ହେବା ପର୍ଯ୍ୟନ୍ତ କୋରେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ ରାକେଶ ତ୍ରିପାଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri