ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ କୁମ୍ଭାର ସାହିରେ। ସୋମବାର ପୂର୍ଣ୍ଣ ଘରର ବିଦ୍ୟୁତ କାମ କରୁଥିବା ବେଳେ କୌଣସି କାରଣବଶତଃ ବିଦ୍ୟୁତ୍‌ ସଂସ୍ପର୍ଷରେ ଆସି ଗୁରୁତର ହୋଇଥିଲେ। ପରିବାର ଲୋକେ ଅଟୋ ଦ୍ୱାରା ତାଙ୍କୁ ଚନ୍ଦ୍ରଗିରି ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡା. ଜଗନ୍ନାଥ ମହାରଣା ତାଙ୍କୁ ମୃତ ଘୋଷଣା କରିଛନ୍ତି । ପୋଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଚଳାଇଛି । ପୂର୍ଣ୍ଣଙ୍କ ବାପା ଆଗରୁ ସ୍ବର୍ଗବାସ ହୋଇଥିଲେ। ବର୍ତ୍ତମାନ ପୂର୍ଣ୍ଣ ହିଁ ଘରର ଏକ ରୋଜଗାରିଆ ପୁଅ ଥିଲେ । ପୁଅକୁ ହରାଇ ମା’ ଏବେ ଅସହାୟ ହୋଇଯାଇଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଅଡବାରେ ଅବୈଧ ଗଞ୍ଜେଇ ଚାଷ ବନ୍ଦ ପାଇଁ ଏକାଠି ହେଲେ ଜନସାଧାରଣ, ନଶାମୁକ୍ତ ଓଡ଼ିଶା…

ମୋହନା,୨୫।୮(ମନ୍ମଥ ମିଶ୍ର): “ଗଞ୍ଜେଇମୁକ୍ତ ଗଜପତି” ଏବଂ “ନଶାମୁକ୍ତ ଓଡ଼ିଶା” ଅଭିଯାନର ଅଂଶ ସ୍ୱରୂପ ଅଡବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଗଜପତି…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri