୨ ହାତୀ ଲଢେଇରେ ଚାଲିଗଲା ଯୁବକଙ୍କ ଜୀବନ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଥାନା ଅଧୀନ ଏରଗେଡା ପଡ଼ିଆରେ ରବିବାର ୨ଟି ଦନ୍ତା ହାତୀଙ୍କ ଘମାଘୋଟ ଲଢେଇ ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଏରଗେଡା ଗ୍ରାମର ମାଙ୍ଗରା କୁଜୁର(୪୦)। ଏ ନେଇ ମୃତକଙ୍କ ମା’ ସୋମବାରୀ କୁଜୁର ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା (ନଂ.୧୭/୨୫) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ରାଉରକେଲା ବନ ବିଭାଗ ଅନ୍ତର୍ଗତ ଲାଠିକଟା ଜଙ୍ଗଲରେ ରବିବାର ୨ଟି ଦନ୍ତା ହାତୀ ଲଢ଼େଇ କରୁଥିଲେ। ସେମାନେ ଲଢ଼େଇ କରି ଏରଗେଡା ପଡ଼ିଆ ପର୍ଯ୍ୟନ୍ତ ଚାଲିଆସିଥିଲେ। ସେଠାରେ ଏକ ପିପଲ ଗଛ ତଳେ ରଖାଯାଇଥିବା ପିକ୍‌ଅପ୍‌ ଭ୍ୟାନକୁ ଭଙ୍ଗାରୁଜା କରିଥିଲେ। ଏହି ସମୟରେ ମାଙ୍ଗରା ଉକ୍ତ ପିକ୍‌ଅପ୍‌ ଭ୍ୟାନ ତଳେ ଥିବା ଦେଖି ହାତୀ ତାଙ୍କୁ ଟେକି କଚାଡ଼ିବା ପରେ ପାଦରେ ଦଳିଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଖବର ପାଇ ବନ ବିଭାଗ କର୍ମଚାରୀମାନେ ସେଠାକୁ ଯାଇ ଯୁବକଙ୍କ ମୃତଦେହ ଉଦ୍ଧାର କରି ହାତୀଙ୍କୁ ଘଉଡାଇଥିଲେ। ମୃତକଙ୍କ ପରିବାରକୁ ବନ ବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତ ୩ ମାସ ମଧ୍ୟରେ ହାତୀ ଆକ୍ରମଣରେ ୪ରୁ ଊର୍ଦ୍ଧ୍ୱ ଜୀବନ ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

Video: ଡ୍ରୋନ ଆକ୍ରମଣରେ ହୁତୁହୁତୁ ହୋଇ ଜଳିଲା ଦୁବାଇ ବିମାନ ବନ୍ଦର, ସମସ୍ତ ଉଡାଣ ବାତିଲ

ଦୁବାଇ,୧୬।୩: ସୋମବାର ସକାଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଏକ ଜୋରଦାର ବିସ୍ଫୋରଣ ପରେ ଦୁବାଇରେ ଆତଙ୍କ ଖେଳିଗଲା, ଯାହା ଏକ ଡ୍ରୋନ ଦୁର୍ଘଟଣା ଯୋଗୁ ହୋଇଥିଲା…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri