ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର କରିଛି। ମାନେଶ୍ୱର ମାଳତୀଯୋର ବ୍ରିଜ ଠାରୁ ପ୍ରାୟ ୫ଶହ ମିଟର ଦୂରରେ ଯୋର ଗର୍ଭରେ ଥିବା ଏକ ପଥର ଚଟାଣ ତଳୁ ଶ୍ରମିକଙ୍କ ମୃତଦେହ ମିଳିଛି। ଘଟଣାସ୍ଥଳରେ ଏସ୍‌ଡିପିଓ ତୋଫାନ ବାଗ, ଧନୁପାଲି ଆଇଆଇସି ଆଦିତ୍ୟ ମହାକୁର ଓ ଅନ୍ୟ ପୋଲିସ ଅଧିକାରୀମାନେ ପହଞ୍ଚତ୍ ମୃତଦେହକୁ ଜବତ କରି ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)କୁ ନେଇ ସେଠାରେ ଥିବା ଶବଗୃହରେ ରଖିଛନ୍ତି। ଏ ନେଇ ମୃତକଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି। ପରିବାର ଲୋକ ଆସିଲା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।

ସୂଚନାଯୋଗ୍ୟ, ରାଜସ୍ଥାନ ବାଡ଼ମେର ଜିଲା ବିୟନଗରର ଗ୍ରାମର ମୃତକ ପ୍ରକାଶ ସରଣ(୨୧)ଙ୍କ ସହ ସେହି ଗ୍ରାମର ଅନ୍ୟ ୨ ପ୍ରବାସୀ ଶ୍ରମିକ ମାନେଶ୍ୱରସ୍ଥିତ ଏକ ଘରୋଇ ସଂସ୍ଥାରେ ଏକମାସ ହେଲା କାର୍ଯ୍ୟ କରୁଥିଲେ। ଗୁରୁବାର ମୃତକଙ୍କ ଜନ୍ମଦିନ ଥିବାରୁ ୩ ସାଙ୍ଗଙ୍କ ନିଷ୍ପତ୍ତି ଅନୁସାରେ ଦିନର କାମ ସରିଲା ପରେ ଗାଧୁଆ ପାଧୁଆ ସାରି ଜନ୍ମିଦନ ପାଳନ କରିଥାଆନ୍ତେ।

ତେଣୁ ଅପରାହ୍ନ ୫ଟାରେ କାମ ସାରି ୩ ସାଙ୍ଗ ମିଶି ମାଳତୀଯୋର ଘାଟକୁ ଗାଧୋଇବାକୁ ଯାଇଥିଲେ। ତେବେ ସେମାନଙ୍କ ମଧ୍ୟରୁ କେହି ପହଁରା ଜାଣି ନ ଥିବା ବେଳେ ଗାଧୋଇଲା ସମୟରେ ହଠାତ ଗୋଡ଼ ଖସିଯିବାରୁ ପ୍ରକାଶ ଯୋରର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କର ଅନ୍ୟ ୨ ବନ୍ଧୁ ମଧ୍ୟ ଭାସି ଯାଉଥିବା ଦେଖି ଘାଟରେ ଗାଧୋଉଥିବା ଲୋକେ ତାଙ୍କୁ ଉଦ୍ଧାର କରିଥିଲେ।

ହେଲେ ପ୍ରକାଶ ଗଭୀର ଜଳ ସ୍ରୋତରେ ଭାସିଯାଇଥିଲେ। ପରେ ଖବରପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ ରାତ୍ରିର ଅନ୍ଧକାର ଖୋଜାଖୋଜି କରିବାରେ ବାଧକ ସାଜିବାରୁ ଉଦ୍ଧାର କାର୍ଯ୍ୟକୁ ରାତି ୮ଟାରେ ସ୍ଥଗିତ ରଖାଯାଇ ଶୁକ୍ରବାର ସକାଳ ୮ଟାରେ ପୁଣି ଆରମ୍ଭ କରାଯାଇଥିଲା। ଦୀର୍ଘ ୫ ଘଣ୍ଟାର ଖୋଜାଖୋଜି କରିବା ପରେ ପ୍ରକାଶଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?