କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକ ହେଲେ କାମ କାଡ୍ରାକା । ସ୍ଥାନୀୟ ଲୋକ ଏବଂ ସେଇ ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ ପ୍ରଶାନ୍ତ କୁମାର ବାଉରୀ ଏବଂ ଡଙ୍ଗରିଆ କନ୍ଧ ଉନ୍ନୟନ ଅଧିକାରୀ ସୁରଜ କୁମାର ନାୟକ ତାଙ୍କୁ ଉଦ୍ଧାର କରି ନିଜ ଗାଡିରେ ଆଣି କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ଆଶିଷ ରଞ୍ଜନ ମେହେର ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରତର ଥିବାରୁ ତାଙ୍କୁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।