ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ

କୋକସରା,୩।୧୧(ଡି.ଏନ୍‌.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ(୨୫) ଗୁରୁବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲକୁ ଗାଧୋଇବାକୁ ଆସିଥିଲେ। ହେଲେ କେନାଲର ପ୍ରଖର ସ୍ରୋତରେ ସେ ଭାସି ଯାଇଥିବା ସନ୍ଦେହ କରାଯାଉଛି। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ଖୋଜିବାକୁ ଆସିଥିଲେ । ହେଲେ ଦେବେନ୍ଦ୍ର ବ୍ୟବହାର କରୁଥିବା ପ୍ୟାଣ୍ଟ, ଶାର୍ଟ, ଚପଲ ଓ ସାଇକେଲ କେନାଲ ହୁଡାରେ ପଡିଥିବା ଦେଖିବାକୁ ପାଇଥିଲେ। ଅନ୍ୟପକ୍ଷେ ସେ କେନାଲରେ ଭାସି ଯାଇଥିବା ନେଇ ପରିବାର ଓ ଗ୍ରାମବାସୀ ସନ୍ଦେହ କରି ସ୍ଥାନୀୟ ସରପଞ୍ଚ ପୁଷ୍ପାଞ୍ଜଳି ନାଏକଙ୍କୁ ଖବର ଦେବା ପରେ ସରପଞ୍ଚଙ୍କ ପ୍ରତିନିଧି ରୁଦ୍ର ପ୍ରସାଦ ନାଏକ, ସମିତି ସଭ୍ୟ ଗଜାନନ ନିଆଲ ଆସି କୋକସରା ପୋଲିସ ଓ ଦମକଳ ବାହିନୀଙ୍କୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ କେନାଲରେ ପାଣି ସ୍ରୋତ ଅଧିକ ଥିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ପରେ ଇନ୍ଦ୍ରାବତୀ କର୍ତ୍ତୃପକ୍ଷଙ୍କୁ ଖବର ଦେବାସହ କେନାଲ ଗେଟ୍‌ ବନ୍ଦ କରାଯାଇଛି। ହେଲେ ଯୁବକଙ୍କ କୌଣସି ସନ୍ଧାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri