ଗାଧୋଇବାକୁ ଆସି କେନାଲରେ ଭାସିଗଲେ ଯୁବକ

କୋକସରା,୩।୧୧(ଡି.ଏନ୍‌.ଏ.): ଗାଧୋଇବାକୁ ଆସି ଜଣେ ଯୁବକ ଇନ୍ଦ୍ରାବତୀ ବାମ କେନାଲରେ ଭାସି ଗୁରୁବାର ନିଖୋଜ ହୋଇଯାଇଥିବା ଜଣାପଡିଛି। ଦମକଳ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହଲ ପଞ୍ଚାୟତ ନୂଆପଡ଼ା ଗ୍ରାମର ଦେବେନ୍ଦ୍ର ବାଗ(୨୫) ଗୁରୁବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲକୁ ଗାଧୋଇବାକୁ ଆସିଥିଲେ। ହେଲେ କେନାଲର ପ୍ରଖର ସ୍ରୋତରେ ସେ ଭାସି ଯାଇଥିବା ସନ୍ଦେହ କରାଯାଉଛି। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ଖୋଜିବାକୁ ଆସିଥିଲେ । ହେଲେ ଦେବେନ୍ଦ୍ର ବ୍ୟବହାର କରୁଥିବା ପ୍ୟାଣ୍ଟ, ଶାର୍ଟ, ଚପଲ ଓ ସାଇକେଲ କେନାଲ ହୁଡାରେ ପଡିଥିବା ଦେଖିବାକୁ ପାଇଥିଲେ। ଅନ୍ୟପକ୍ଷେ ସେ କେନାଲରେ ଭାସି ଯାଇଥିବା ନେଇ ପରିବାର ଓ ଗ୍ରାମବାସୀ ସନ୍ଦେହ କରି ସ୍ଥାନୀୟ ସରପଞ୍ଚ ପୁଷ୍ପାଞ୍ଜଳି ନାଏକଙ୍କୁ ଖବର ଦେବା ପରେ ସରପଞ୍ଚଙ୍କ ପ୍ରତିନିଧି ରୁଦ୍ର ପ୍ରସାଦ ନାଏକ, ସମିତି ସଭ୍ୟ ଗଜାନନ ନିଆଲ ଆସି କୋକସରା ପୋଲିସ ଓ ଦମକଳ ବାହିନୀଙ୍କୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ କେନାଲରେ ପାଣି ସ୍ରୋତ ଅଧିକ ଥିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ପରେ ଇନ୍ଦ୍ରାବତୀ କର୍ତ୍ତୃପକ୍ଷଙ୍କୁ ଖବର ଦେବାସହ କେନାଲ ଗେଟ୍‌ ବନ୍ଦ କରାଯାଇଛି। ହେଲେ ଯୁବକଙ୍କ କୌଣସି ସନ୍ଧାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?