ଶିକୁଳାରେ ଦଣ୍ଡ ବାହାରିଲେ ମୁଣ୍ଡ ଗଡୁଛି, ପୁଣି ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା

ପୁରୁଷୋତ୍ତମପୁର,୨୯ା୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଦଣ୍ଡଯାତ୍ରା ବାହାରିଲେ ମୁଣ୍ଡ ଗଡିବାରେ ଲାଗିଛି। ଏଠାରେ ଥିବା ଅପରାଧୀ ଗୋଷ୍ଠୀମାନେ ଯାତ୍ରା ସମୟରେ ଏଭଳି ଆପରାଧିକ କାଣ୍ଡ ଭିଆଇବାରେ ଲାଗିଛନ୍ତି। ଗତ ବର୍ଷ ଏହି ଯାତ୍ରା ସମୟରେ ପୂର୍ବତନ ସରପଞ୍ଚଙ୍କ ଦେଡ଼ଶୁରଙ୍କୁ ହାଣି ହତ୍ୟା କରିଥିବା ବେଳେ ଶୁକ୍ରବାର ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ପୁଣି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି। ଟିକିନା କୌଣସି କାର୍ଯ୍ୟରେ ନିକଟସ୍ଥ ସମା ଗ୍ରାମକୁ ଯାଇ ଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କର ପିଛା କରି ସେଠାରେ ନିର୍ମମ ଭାବରେ ହାଣି ପକାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ସେଠାରୁ ବ୍ରହ୍ମପୁର ବଡ଼ମେଡିକାଲକୁ ନିଆଯାଇଥିବା ବେଳେ ସେଠାରେ ମୃତ୍ୟୁ ଘଟିଛି। ଗ୍ରାମରେ ଥିବା ରାଧାକାନ୍ତ ମନ୍ଦିରକୁ ଟିକିନାଙ୍କ ପରିବାର ରକ୍ଷଣାବେକ୍ଷଣ କରୁଥିବାବେଳେ ସେହି ଜାଗାରେ ଗ୍ରାମର ଅସାମାଜିକ ଶ୍ରେଣୀର କିଛି ବ୍ୟକ୍ତି ଜବରଦଖଲ କରି ଗୃହ ନିର୍ମାଣ ଦୀର୍ଘ ଏକ ବର୍ଷତଳେ କରିଥିଲେ। ଏହାକୁ ଟିକିନା ପ୍ରତିବାଦ କରି ପ୍ରଶାସନର ସହାୟତାରେ ଉଚ୍ଛେଦ କରିଥିଲେ। ଏହାକୁ ନେଇ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିବା ବେଳେ ଟିକିନାଙ୍କୁ ହତ୍ୟା କରିବା ଲାଗି ସୁଯୋଗ ଖୋଜୁଥିଲେ ବୋଲି ଗ୍ରାମବାସୀଙ୍କଠାରୁ ଜଣା ପଡ଼ିଛି। ଏହି ଘଟଣାର ଖବରପାଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର, ଆଇଆଇସି ରାଜେଶ କୁମାର ମାୟକ ପୋଲିସ ଟିମ୍‌ ନେଇ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri