ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅନ୍ତର୍ଗତ ଦୁଧିଆଚୁଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ ହେଲେ କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ କେରି ଗ୍ରାମ ବଡ଼ପଶି ସାହିର ନବଘନ ନାଏକ।