ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ: ୩ ଗିରଫ, ନାବାଳକଙ୍କ ସମ୍ପୃକ୍ତି

ଆସିକା,୪ା୯(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ଗୁରୁବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ନାଗା ଗୌଡ (୨୨) ା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇବା ସହ ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନଳବଣ୍ଟା ଗ୍ରାମର ଜୀବନ ଗୌଡ, ଶ୍ରୀଧର ବିଷୋୟୀ ଓ ବିକ୍ରମ ମିଶ୍ର। ଅଭିଯୁକ୍ତମାନଙ୍କ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଜୁଭେଇନାଲ ଜଷ୍ଟିସ ବୋର୍ଡ ନିକଟରେ ହାଜର କରାଯାଇଛି ା ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଅପରାହ୍ନରେ ଖବରଦାତା ସମ୍ମିଳନୀରେ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଏହି ସୂଚନା ଦେଇଛନ୍ତି ା
ଗୁରୁବାର ରାତିରେ ନାଗାଙ୍କ ସହ ଅଭିଯୁକ୍ତମାନଙ୍କର ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ଖଣ୍ଡା ଓ କାତିରେ ଆକ୍ରମଣ ଯୋଗୁ ନାଗା ଗୁରୁତର ହୋଇଥିଲେ। ତାଙ୍କୁ ପରିବାର ଲୋକେ ଆସିକା ଡାକ୍ତରଖାନାକୁ ନେଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ ା ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା ା ଏ ନେଇ ନାଗାଙ୍କ ଭାଇ ବାସୁଦେବ ଗୌଡଙ୍କ ଅଭିଯୋଗ ପ୍ରକାରେ ନଂ.୪୪୪/୨୦ରେ ମାମଲା ରୁଜୁ କରାଯାଇଛି ା ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଓ କାତିକୁ ପୋଲିସ ଜବତ କରିଛି ା ଅନ୍ୟପକ୍ଷରେ ହତ୍ୟା ଘଟଣା ପୂର୍ବରୁ ଗୁରୁବାର ସନ୍ଧ୍ୟାରେ ନଳବଣ୍ଟାର ରବୀନ୍ଦ୍ରନାଥ ମିଶ୍ରଙ୍କୁ ନାଗା ଓ ତାଙ୍କର ୧୦ରୁ ଉର୍ଦ୍ଧ୍ୱ ସହଯୋଗୀ ଆକ୍ରମଣ କରିଥିଲେ ା ରବୀନ୍ଦ୍ର ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୪୪୩/୨୦ରେ ମାମଲା ରୁଜୁ କରିଥିଲା ା ଏହି ଘଟଣାରେ ପୋଲିସ ଉକ୍ତ ଗ୍ରାମର ବାବୁଲା ସାହୁ, ପପୁନ ଗୌଡ, ଦିପୁ ବେହେରା ଓ ରବି ବେହେରାଙ୍କୁ ଗିରଫ କରିଛି। ନାଗାଙ୍କ ନାମରେ ପୂର୍ବରୁ ୨ଟି ଆପରାଧିକ ମାମଲା ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri