ଟ୍ରକ୍‌ ଧକ୍କାରେ ଯୁବକ ମୃତ, ଉତ୍ତେଜନା

ଖୋର୍ଦ୍ଧା ଅଫିସ,୭ା୪: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ପ୍ରାୟ ୮ଟାରେ ଆନ୍ଧ୍ର ପଟୁ ଏକ ମାଲବାହୀ ଟ୍ରକ(ନଂ.ଏପି୦୭ ଟିସି ୭୪୪୯) ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ପଛକୁ ପଛ ଟ୍ରକ୍‌ ଓ ଘରୋଇ ବସ୍‌ ଏବଂ ଅନ୍ୟାନ୍ୟ ଯାନବାହନ ଲାଗି ରହିଥିବା ଯୋଗୁ ଟ୍ରାଫିକ ଭିଡ଼ ରହିଥିଲା। ଏହି ସମୟରେ ଯୁବକ ଜଣଙ୍କ ରାସ୍ତା ଅତିକ୍ରମ କରୁଥିବା ବେଳେ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଛିଟିକି ପଛ ଚକା ତଳେ ପଶିଯାଇଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଯାନବାହନ ଅଟକି ରହିଥିଲା। ଖବରପାଇ ଟାଉନ ଥାନା ପୋଲିସ ପହଞ୍ଚି ଚକା ତଳୁ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।

ରାସ୍ତା ପାଲଟିଛି ମରଣଯନ୍ତା: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏପ୍ରିଲ ପହିଲାରୁ ଅଣ୍ଡରପାସ ନିର୍ମାଣ କାର୍ଯ୍ୟ ଚାଲିଛି। ଫଳରେ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବନ୍ଦ ରହିଛି। ଯାନବାହନ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ସବ୍‌ ରୋଡ ଦେଇ ଯାତାୟାତ କରୁଛନ୍ତି। ସବ୍‌ ରୋଡ ରାସ୍ତା ସଙ୍କୁଚିତ ଯୋଗୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଜାତୀୟ ରାଜପଥ ପଟୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଥିବା ଲୋକେ ହଇରାଣ ହେଉଛନ୍ତି। ଯାନବାହନଗୁଡିକ ଘଣ୍ଟା ଘଣ୍ଟା ଧରି ଅଟକି ରହୁଛନ୍ତି। ଉକ୍ତ ସ୍ଥାନରେ ତିନି ଦିନ ମଧ୍ୟରେ ଏକାଧିକ ଦୁର୍ଘଟଣା ଘଟିଲାଣି। ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ରାସ୍ତା ମରଣଯନ୍ତା ପାଲଟିଛି। ଅନ୍ୟପଟେ ଅଣ୍ଡରପାସ ନିର୍ମାଣ ହେଲେ ଦୁର୍ଘଟଣା ବଢ଼ିବ ବୋଲି ଖୋର୍ଦ୍ଧା ଜିଲା ନାଗରିକ ମଞ୍ଚ ଆବାହକ ସଞ୍ଜୟ ପଟ୍ଟନାୟକ କହିଛନ୍ତି। ଏଠାରେ ଫ୍ଲାଏଓଭର ନିର୍ମାଣ ଲାଗି ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ଜିଲା ପ୍ରଶାସନର ଅବହେଳାରୁ ଏହି ରାସ୍ତା ବିପଦସଙ୍କୁଳ ହୋଇପଡିଛି। ପ୍ରଶାସନ ତୁରନ୍ତ ପଦକ୍ଷେପ ନେବ ଲାଗି ବିଭିନ୍ନ ସଙ୍ଗଠନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri