ବଚସାରୁ ଯୁବକଙ୍କୁ କରିଥିଲେ ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

ବରଗଡ଼ ଅଫିସ୍‌,୧୬।୧୦: ବରଗଡ଼ ସହରର ୱାର୍ଡ଼ ନଂ-୫ ବିଚ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତ୍ରିରେ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ବରଗଡ଼ କେଶବ ନଗର ନିବାସୀ ଆକାଶ ଭଇଁସା ଏବଂ ନିଗମାନନ୍ଦ ବିହାର ନିବାସୀ ସୁରୁବାବୁ ବାଗ । ଅଭିଯୁକ୍ତଙ୍କ ବିରୋଧରେ ବରଗଡ଼ ଟାଉନ ଥାନା ପୋଲିସ ଦଫା ୩୦୨ରେ ଏକ ହତ୍ୟା ମାମଲା(ନଂ.୪୮୧/୨୧) ରୁଜୁ କରିଛି। ଶନିବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ସ୍ଥାନୀୟ ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି ।

ପ୍ରକାଶ ଯେ, ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପାଖରେ ବିଚ୍‌ ରାସ୍ତାରେ ଭଟଲି ଅଞ୍ଚଳର ଅଲେଖ ଭୁଏଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଥିଲା । ମୃତକଙ୍କ ଜ୍ୱାଇଁ ନିମେଇଁ ଭୋଇ ମୃତଦେହ ଚିହ୍ନଟ ପରେ ତାଙ୍କ ଶ୍ୱଶୁରଙ୍କୁ ହତ୍ୟା କରାଯାଇଥିବା ନେଇ ଟାଉନ ଥାନାରେ ଏତଲା ଦେଇଥିଲେ । ଏତଲାକୁ ଭିତ୍ତି କରି ପୋଲିସ ଉପରୋକ୍ତ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରେ ଗିରଫ ୨ ଅଭିଯୁକ୍ତଙ୍କ ସମ୍ପୃକ୍ତି ଜଣାପଡ଼ିବା ପରେ ପୋଲିସ ସେମାନଙ୍କୁ ଅଧିକ ପଚରାଉଚରା କରିଥିଲା ।

ଜେରାବେଳେ ଗିରଫ ଅଭିଯୁକ୍ତମାନେ ହତ୍ୟାକାଣ୍ଡ ଭିଆଇଥିବା ସ୍ବୀକାର କରିଛନ୍ତି ବୋଲି ପୋଲିସ କହିଛି । ବଚସା ହେବାରୁ ନିଶାସକ୍ତ ଅବସ୍ଥାରେ ସେମାନେ କଂକ୍ରିଟ ପଥରରେ ମୃତକଙ୍କ ମୁଣ୍ଡରେ ପଥର ଛେଚି ତାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତମାନେ ପୋଲିସ ଆଗରେ କହିଛନ୍ତି। ପରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ହତ୍ୟାକାଣ୍ଡରେ ବ୍ୟବହୃତ କଂକ୍ରିଟ ପଥର ଜବତ କରିଛି । ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ଏହାର ଅଧିକ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri