ବଚସାରୁ ଯୁବକଙ୍କୁ କରିଥିଲେ ହତ୍ୟା, ଗିରଫ ହେଲେ ୨ ଅଭିଯୁକ୍ତ

ବରଗଡ଼ ଅଫିସ୍‌,୧୬।୧୦: ବରଗଡ଼ ସହରର ୱାର୍ଡ଼ ନଂ-୫ ବିଚ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତ୍ରିରେ ପଥରରେ ଛେଚି ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ବରଗଡ଼ କେଶବ ନଗର ନିବାସୀ ଆକାଶ ଭଇଁସା ଏବଂ ନିଗମାନନ୍ଦ ବିହାର ନିବାସୀ ସୁରୁବାବୁ ବାଗ । ଅଭିଯୁକ୍ତଙ୍କ ବିରୋଧରେ ବରଗଡ଼ ଟାଉନ ଥାନା ପୋଲିସ ଦଫା ୩୦୨ରେ ଏକ ହତ୍ୟା ମାମଲା(ନଂ.୪୮୧/୨୧) ରୁଜୁ କରିଛି। ଶନିବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ସ୍ଥାନୀୟ ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି ।

ପ୍ରକାଶ ଯେ, ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପାଖରେ ବିଚ୍‌ ରାସ୍ତାରେ ଭଟଲି ଅଞ୍ଚଳର ଅଲେଖ ଭୁଏଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଥିଲା । ମୃତକଙ୍କ ଜ୍ୱାଇଁ ନିମେଇଁ ଭୋଇ ମୃତଦେହ ଚିହ୍ନଟ ପରେ ତାଙ୍କ ଶ୍ୱଶୁରଙ୍କୁ ହତ୍ୟା କରାଯାଇଥିବା ନେଇ ଟାଉନ ଥାନାରେ ଏତଲା ଦେଇଥିଲେ । ଏତଲାକୁ ଭିତ୍ତି କରି ପୋଲିସ ଉପରୋକ୍ତ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରେ ଗିରଫ ୨ ଅଭିଯୁକ୍ତଙ୍କ ସମ୍ପୃକ୍ତି ଜଣାପଡ଼ିବା ପରେ ପୋଲିସ ସେମାନଙ୍କୁ ଅଧିକ ପଚରାଉଚରା କରିଥିଲା ।

ଜେରାବେଳେ ଗିରଫ ଅଭିଯୁକ୍ତମାନେ ହତ୍ୟାକାଣ୍ଡ ଭିଆଇଥିବା ସ୍ବୀକାର କରିଛନ୍ତି ବୋଲି ପୋଲିସ କହିଛି । ବଚସା ହେବାରୁ ନିଶାସକ୍ତ ଅବସ୍ଥାରେ ସେମାନେ କଂକ୍ରିଟ ପଥରରେ ମୃତକଙ୍କ ମୁଣ୍ଡରେ ପଥର ଛେଚି ତାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତମାନେ ପୋଲିସ ଆଗରେ କହିଛନ୍ତି। ପରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ହତ୍ୟାକାଣ୍ଡରେ ବ୍ୟବହୃତ କଂକ୍ରିଟ ପଥର ଜବତ କରିଛି । ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ଏହାର ଅଧିକ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri