ଯୁବକଙ୍କୁ ହତ୍ୟା, ଜଣେ ଅଟକ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି l ମୃତ ଯୁବକ ହେଲେ ହୁମା ବଡ଼ସାହିର ଦଣ୍ଡପାଣି ବିଶ୍ୱାଳ (୪୮) l ଖବର ପାଇ ଆଡିଶନାଲ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୌତମ କିଷାନ, ରମ୍ଭା ଆଇଆଇସି କୃଷ୍ଣଚନ୍ଦ୍ର ସେଠୀ, ଗଞ୍ଜାମ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ, ଛତ୍ରପୁର ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ପ୍ରମୁଖ ଘଟଣାସ୍ଥଳରେରେ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛନ୍ତି। ଏହି ଘଟଣାରେ ପୋଲିସ ଜଣେ ଯୁବକକୁ ଅଟକ ରଖିଛି l ହୁମା ଫାଣ୍ଡି ଅଧିକାରୀ ଏସ୍‌କେ ଦାସଙ୍କ ସୂଚନା ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଦୁଇ ଜଣ ମଦ୍ୟପାନ କରିବା ପରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ଓ ପରେ ହାତାହାତି ହୋଇଛନ୍ତି l ଏକ କାଠ ଫାଳିଆ ଓ ଇଟା ସାହାଯ୍ୟରେ ପିଟାପିଟି ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣି ପାରିଛି l ସମସ୍ତ ଘଟଣା ଜଣାପଡ଼ିବା ପରେ ଶବ ବ୍ୟବଚ୍ଛେଦ ନିମନ୍ତେ ଛତ୍ରପୁର ମେଡିକାଲ ପଠାଇଛି ପୋଲିସ। ପୋଲିସ ଘଟଣାସ୍ଥଳରୁ ହତ୍ୟାରେ ବ୍ୟବହୃତ ହୋଇଥିବା କାଠ ଫାଳିଆ ଓ ଇଟା ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?