ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।

ମିଳିଥିବା ସୂଚନା ମୁତାବକ ଯୁବକ ଜଣକ ୭ ବର୍ଷ ଧରି ପାଖ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ଆସୁଥିଲେ। ହେଲେ ଯୁବତୀଙ୍କ ପରିବାର ଲୋକେ ଏହା ଜାଣି ବିରୋଧ କରିବା ସହ ଯୁବକଙ୍କୁ ଜୀବନରେ ମାରିବାକୁ ଧମକ ଦେଉଥିଲେ। ଏନେଇ ଯୁବକ ଜଣକ ଭିଡିଓରେ ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷେ ଯୁବକ ଜଣକ ପ୍ରେମିକାଙ୍କୁ ନ ପାଇ ବିଷ ପିଇ ଦେଇଥିଲେ। ପରିବାର ଲୋକେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରେମିକଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ମୃତ୍ୟୁ ଖବର ପଚାରିତ ହେବା ପରେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

Share