ପୁତୁରାର ବାହାଘର ପାଇଁ ଗାଁକୁ ଆସୁଥିଲେ: ଟ୍ରେନ୍‌ରେ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧୯।୧: ରେଳବାଇ ପୋଲିସ ତିରୁଚିରାପଲି ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଜବତ କରିଛି। ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ସୋର ଥାନା ଅଧୀନ କୁରୁଡ଼଼ା ଗ୍ରାମର ନିରଞ୍ଜନ ନାୟକଙ୍କ ପୁଅ ପ୍ରଭାତ କୁମାର ନାୟକ(୪୨) ବୋଲି ପୋଲିସ କହିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୩) ରୁଜୁ କରିଛି। ହୃଦ୍‌ଘାତରେ ପ୍ରଭାତଙ୍କ ମୃତ୍ୟୁ ଘଟିଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଛି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି।

ପ୍ରଭାତ ଓ ତାଙ୍କ ସମ୍ପର୍କୀୟ ପୁତୁରା ମହେନ୍ଦ୍ର କୁମାର ଦାସ କେରଳରେ ଏକ ଘରୋଇ ସଂସ୍ଥାରେ କାମ କରନ୍ତି। ମହେନ୍ଦ୍ରଙ୍କ ବାହାଘର ସ୍ଥିର ହୋଇଥିବା ବେଳେ ପ୍ରଭାତ ଓ ମହେନ୍ଦ୍ର ଗାଁକୁ ଫେରୁଥିଲେ। ସେମାନେ ତିରୁଚିରାପଲି ଏକ୍ସପ୍ରେସ ଟ୍ରେନର ଏସ୍‌-୭ ବଗିରେ ଭଦ୍ରକକୁ ଯାତ୍ରା କରୁଥିଲେ। ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ନିକଟରେ ପ୍ରଭାତ ଅସୁସ୍ଥତା ଅନୁଭବ କରିଥିଲେ। ଏଣୁ ପ୍ରଭାତଙ୍କୁ ତାଙ୍କ ପୁତୁରା ମହେନ୍ଦ୍ର ଉକ୍ତ ବଗିରେ ଶୋଇବାକୁ କହିଥିଲେ। ବ୍ରହ୍ମପୁର ପହଞ୍ଚିବା ପରେ ମହେନ୍ଦ୍ର ତାଙ୍କ ଦାଦାଙ୍କ ସହ ଟ୍ରେନ୍‌ରୁ ଓଲ୍ଲାଇବା ପାଇଁ ସ୍ଥିର କରିଥିଲେ। ପରେ ଏମ୍‌କେସିଜି ମେଡିକାଲ ଯାଇ ସେଠାରେ ଡାକ୍ତରଙ୍କ ସହ ପରାମର୍ଶ କରିବେ ବୋଲି ମହେନ୍ଦ୍ର ଭାବିଥିଲେ। ହେଲେ ବ୍ରହ୍ମପୁରରେ ଉକ୍ତ ଟ୍ରେନ୍‌ ରହିବା ପରେ ମହେନ୍ଦ୍ର ତାଙ୍କ ଦାଦା ପ୍ରଭାତଙ୍କୁ ଉଠାଇବା ବେଳେ ସେ ଅଚେତ ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ରେଳବାଇ ପୋଲିସକୁ ଜଣାଇଥିଲେ। ପୋଲିସ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ଡାକ୍ତର ପ୍ରଭାତଙ୍କୁ ମୃତ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri