Posted inଫୁରସତ

ଭିଜା ପାଇଁ ୮୧ ବର୍ଷ ବୟସ୍କା ମହିଳାଙ୍କୁ ବିବାହ କଲେ ଯୁବକ

କାଏରୋ,୭।୧: ଇଜିପ୍ଟରେ ଜଣେ ୩୬ ବର୍ଷ ବୟସ୍କ ଯୁବକ ଭିଜା ପାଇଁ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ସେ ଏବେ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି। ମହମ୍ମଦ ଅହମ୍ମଦ ଇବ୍ରାହିମ୍‌ ନାମକ ଏହି ଯୁବକ ୮୧ ବର୍ଷ ବୟସ୍କା ଆଇରିସ ଜୋନ୍‌ସ୍‌ଙ୍କୁ ବିବାହ କରିଛନ୍ତି। ଏହାକୁ ଆଇରିସ୍‌ଙ୍କ ଦୁଇ ପୁଅ ପ୍ରଥମେ ବିରୋଧ କରୁଥିଲେ ମଧ୍ୟ ଏବେ ସ୍ଥିିତି ସ୍ବାଭାବିକ ହୋଇଛି। ଭିଜା ପାଇଁ ଏଭଳି କରାଯାଇଥିବା ଜାଣିବା ପରେ ଆଇରିସ୍‌ଙ୍କ ପୁଅମାନେ ଏବେ ଚୁପ୍‌ ରହିଛନ୍ତି। ତାଙ୍କ ଦୁଇ ପୁଅଙ୍କ ବୟସ ୫୦ ବର୍ଷରୁ ଅଧିକ। ଇବ୍ରାହିମ୍‌ ବ୍ରିଟେନ୍‌ରେ ବାସ କରିବାକୁ ଚାହୁଁଥିଲେ। ଏଥିଲାଗି ବ୍ରିଟେନ୍‌ର ଜଣେ ମହିଳାଙ୍କୁ ବିବାହ କରିବା ଜରୁରୀ ଥିଲା। ତେଣୁ ଏଭଳି କରାଯାଇଥିବା ସେ କହିଛନ୍ତି। ସୋସିଆଲ୍‌ ମିଡ଼ିଆରେ ୟୁଜର ଇବ୍ରାହିମ୍‌ଙ୍କୁ ଟ୍ରୋଲ୍‌ କରିଥିଲେ। ତେବେ ଭିଜା ପାଇଁ ସବୁକିଛି କରାଯାଇ ପାରେ ବୋଲି ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିବା ଜୁଆ ଖେଳ: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?