ପୂର୍ବତନ ଓ୍ବାର୍ଡମେମ୍ବରଙ୍କୁ ଗଳାକାଟି ହତ୍ୟା: ମୃତଦେହକୁ ବାଇକ୍‌ରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେଇ ରାସ୍ତାରେ ଫିଙ୍ଗି ଦେଲେ

ଗଜପତି,୩।୩(ଗିରିଧାରୀ ପରିଛା): ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ମୃତକ ହେଲେ ଅଡବା ଥାନା ତୁଆବାଡ଼ି ଗ୍ରାମର ତିରିସା ମୁଠାମାଝୀ(୪୫) l ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।

ପରିବାର ଲୋକଙ୍କ କହିବା ମୁତବକ, ରବିବାର ତିରିସା କୌଣସି କାମରେ ନିଜ ବାଇକରେ ପାଣିଗଣ୍ଡା ଯାଇଥିଲେ l ହେଲେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକ ଖୋଜାଖୋଜି କରିଥିଲେ।

ସୋମବାର ସକାଳେ କଟାମା ଗାଁ ନିକଟରେ ବାଇକ୍‌ ପାଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତିରିସାଙ୍କ ମୃତଦେହ ପଡ଼ିଥିବା ଲୋକେ ଦେଖି ପରିବାରକୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ପୋଲିସକୁ ଘଟଣା ସମ୍ପର୍କରେ ଜଣାଇଥିଲେ।

ଅନ୍ୟପକ୍ଷେ ତିରିସା ପୂର୍ବତନ ଓ୍ବାର୍ଡମେମ୍ବର ଥିଲେ। ଏପରିକି ସିମନ ମାଝୀ ହତ୍ୟା ଘଟଣାରେ ସେ ସାକ୍ଷୀ ଥିଲେ l ତେଣୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି l ହତ୍ୟା ପରେ ବାଇକ୍‌ରେ ମୃତଦେହକୁ ବାନ୍ଧି ଘୋଷାଡି ଆଣି ଗାଁଠାରୁ ପ୍ରାୟ ୩ କିଲୋମିଟର କଟମା ଗାଁ ନିକଟରେ ପିଙ୍ଗି ଦିଆଯାଇଥିବା ଜଣାପଡିଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଅନ୍ୟପକ୍ଷେ ପୁଅକୁ ହରାଇ ପରିବାର ଲୋକେ ଭାଙ୍ଗି ପଡିଥିବା ବେଳେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?