ଯୁବକଙ୍କୁ ହତ୍ୟା ଅଭିଯୋଗ

ଯୋଡ଼ା,୩ା୨(ଡି.ଏନ.ଏ.) କେନ୍ଦୁଝର ଜିଲା ବାମେବାରି ଥାନା ଅଧୀନ ଧନୁର୍ଜୟପୁର ଧୀବର ସାହିର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗୌରାଙ୍ଗ ପାଢ଼ୀ। ମାଟିତଳେ ପୋତା ଯାଇଥିବା ତାଙ୍କ ଗଳିତ ମୃତଦେହକୁ ମଙ୍ଗଳବାର ପୋଲିସ ଜବତ କରିଛି।
ପୋଲିସ ସୂଚନା ଅନୁଯାୟୀ, ଗତ ୨୬ତାରିଖରୁ ଗୌରାଙ୍ଗ ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରି ତାଙ୍କୁ ନ ପାଇ ୨୯ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାର ଅନୁସନ୍ଧାନ ଜାରି ରଖିଥିଲା। ଗୌରାଙ୍ଗଙ୍କ ବାଇକ୍‌ ବୈତରଣୀ ନଦୀରେ ପଡ଼ିଥିବା ଏବଂ ତାଙ୍କ ମୃତଦେହ ନଦୀ ପାଖ ମାଟି ତଳେ ପୋତାଯାଇଥିବା ପୋଲିସ ଅନୁସନ୍ଧାନରୁ ଜାଣି ପାରିଥିଲା। ମଙ୍ଗଳବାର ମାଜିଷ୍ଟ୍ରେଟ ଝୁମ୍ପୁରା ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ମାଟି ତଳୁ ଗୌରାଙ୍ଗଙ୍କ ମୃତଦେହ ଜବତ କରାଯାଇଥିଲା। ଘଟଣା ଦିନ ରିଙ୍କୁ ଧୀବର ନାମକ ଜଣେ ଯୁବକଙ୍କ ସହ ଗୌରାଙ୍ଗ ବାଇକ୍‌ ଯୋଗେ ଯାଇ ଆଉ ଫେରି ନ ଥିଲେ। ମୃତକଙ୍କ ଭାଇଙ୍କ ଏତଲାକୁ ଭିତ୍ତି କରି ରିଙ୍କୁଙ୍କ ନଁାରେ ଏକ ହତ୍ୟା ମାମଲା (ନଂ.୨୧/୨୨)ରୁଜୁ ହୋଇଥିବା ଆଇଆଇସି ମନୋରଞ୍ଜନ ବିଶି ସୂଚନା ଦେଇଛନ୍ତି। ଫେରାର ଥିବା ରିଙ୍କୁ ଧରାପଡ଼ିବା ପରେ ହତ୍ୟାକାଣ୍ଡର କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri