କୋଇଲା ତଳୁ ଯୁବକ ଉଦ୍ଧାର

ତାଳଚେର,୧୪ା୪(ନି.ପ୍ର.): ଟ୍ରେନ୍‌ ଓ୍ବାଗନରେ କୋଇଲା ବୋଝେଇ ବେଳେ ପୋତି ହୋଇଯାଇଥିବା ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ। ଉଦ୍ଧାର ଯୁବକଙ୍କୁ ଚିକିତ୍ସା ପାଇଁ ସେଣ୍ଟ୍ରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଅନନ୍ତ କୋଇଲା ଖଣି ଅଞ୍ଚଳରେ ଟ୍ରେନ୍‌ରେ କୋଇଲା ଲୋଡ୍‌ କରାଯାଉଥିଲା। ଓ୍ବାଗନଗୁଡ଼ିକ ତନଖି କରା ନ ଯାଇ ଲୋଡର ମାଧ୍ୟମରେ କୋଇଲା ଭରାଯାଉଥିବା ବେଳେ ହଠାତ୍‌ ଏକ ଓ୍ବାଗନ ମଧ୍ୟରୁ ଚିତ୍କାର ଶୁଭିଥିଲା। ସେଠାରେ ଥିବା ଶ୍ରମିକ ଓ କର୍ମଚାରୀମାନେ ତୁରନ୍ତ କାର୍ଯ୍ୟ ବନ୍ଦ କରି ଓ୍ବାଗନ ମଧ୍ୟକୁ ପଶି କୋଇଲା ଗଦା ତଳୁ ଜଣେ ଯୁବକଙ୍କୁ ଉଦ୍ଧାର କରିଥିଲେ। ସମ୍ପୃକ୍ତ ଯୁବକଙ୍କ ନାମ ସନ୍ତୋଷ କୁମାର ମୁଖୀ ଓ ଘର ଜଗତସିଂହପୁର ଅଞ୍ଚଳରେ ବୋଲି ଜଣାପଡିଛି। ତେବେ ସନ୍ତୋଷ କିପରି ଅନନ୍ତ କୋଇଲା ଖଣି ମଧ୍ୟରେ ଥିବା ରେଳ ୱାଗନ ଭିତରକୁ ଗଲେ ତାହା ଜଣାପଡ଼ି ନାହିଁ। ଖଣି ଭିତରେ ସୁରକ୍ଷା କର୍ମଚାରୀମାନେ ନିୟୋଜିତ ଥିବାବେଳେ ବାହାର ଲୋକ ସେଠାକୁ ଯିବା ଓ କୋଇଲା ଲୋଡ୍‌ ପୂର୍ବରୁ ଓ୍ବାଗନଗୁଡ଼ିକ ତନଖି କରା ନ ଯିବା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ଖଣି କର୍ତ୍ତୃପକ୍ଷଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri