ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି। ଏହି ଘଟଣାରେ ଘଟଗାଁ ଥାନା ଅନ୍ତର୍ଗତ ଧୋବାପିଟଣା ଗ୍ରାମର ଅଭିଯୁକ୍ତ ପିଣ୍ଟୁ ମୁଣ୍ତା(୨୪)ଙ୍କୁ ୨୧ସି ଧାରା ୩୭୬(୨)(ଏ) ରେ ୧୦ବର୍ଷ ସଶ୍ରମ କାରାଦଣ୍ତ ଶୁଣାଇବା ସହ ୧୦ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ଅଧିକ ୬ମାସ ସଶ୍ରମ କାରାଦଣ୍ତରେ ଦଣ୍ତିତ କରି ପୀଡ଼ିତାଙ୍କୁ ୮ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବା ପାଇଁ ସରକାରଙ୍କୁ ସୁପାରିସ କରିଛନ୍ତି।

ସୂଚନାନୁଯାୟୀ, ୧୫ବର୍ଷର ପୀଡ଼ିତାଙ୍କୁ ବଡ଼ବାପାର ପୁଅ ଭାଇଙ୍କ ମୃତ୍ୟୁ ପରେ ତାଙ୍କୁ ତାଙ୍କ ଭାଉଜ ଡାକି ନେଇଥିଲେ। କିଛିଦିନ ପରେ ପୀଡ଼ିତା ଭାଇ ଭାଉଜଙ୍କ ଅପା ପୁଅ ପିଣ୍ଟୁ ଆସି ପୀଡ଼ିତାଙ୍କ ଭାଉଜଙ୍କ ଘରେ ରହି ଭାଉଜଙ୍କ ଅନୁପସ୍ଥିତିରେ ପୀଡ଼ିତାଙ୍କୁ ଧମକଦେଇ ବାରମ୍ବାର ବଳାତ୍କାର କରି ଏକଥା କାହାକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲା। ତେବେ ତାଙ୍କର ଶରୀର ପରିବର୍ତ୍ତନ ହେବାରୁ ଭଉଣୀ ଡାକ୍ତରଙ୍କ ପାଖରେ ପରୀକ୍ଷା କରାଇବାରୁ ଅନ୍ତସତ୍ତ୍ୱା ଥିବା ଜଣାପଡ଼ିଥିଲା। ଏହି ଘଟଣା ସମ୍ପର୍କରେ ପୀଡ଼ିତାଙ୍କୁ ପଚାରିବାରୁ ପିଣ୍ଟୁ ଜରଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିବା ପ୍ରକାଶ କରିଥିଲେ। ଏହି ଖବର ଲୋକଲୋଚନକୁ ଆସିବା ପରେ ପିଣ୍ଟୁ ଚମ୍ପଟ ମାରିଥିଲେ। ସେ ବିବାହିତ ଥିବାବେଳେ ତାଙ୍କର ସ୍ତ୍ରୀ ଓ ୩ଟି ପିଲା ଥିଲେ। ପ୍ରସବ ଯନ୍ତ୍ରଣା ହେବାରୁ ଅଙ୍ଗନଓ୍ବାଡି କର୍ମୀଙ୍କ ସହିତ ପୀଡ଼ିତାଙ୍କ ବାପା ମା’ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପ୍ରସୂତି ବିଭାଗରେ ଆଣି ଭର୍ତ୍ତି କରିଥିଲେ। ସେଠାରେ ପୀଡ଼ିତା ଏକ ଶିଶୁକନ୍ୟା ଜନ୍ମଦେଇଥିଲେ। ଚାଇଲ୍ଡ ଲାଇନର ଗୀତାଞ୍ଜଳି ମିଶ୍ର ଜାଣିବା ପରେ ପୀଡ଼ିତାଙ୍କୁ ଥଇଥାନ କରି କୋର୍ଟ ମାଧ୍ୟମରେ ୨୦୧୮ନଭେମ୍ବର ୧୬ରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ କେସ୍‌ ନଂ ୩୨୯/୧୮ ଏକ ବଳାତ୍କାର ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହିତ ଅଭିଯୁକ୍ତ ପିଣ୍ଟୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଧବାର ପୋକ୍ସୋ କୋର୍ଟ କେନ୍ଦୁଝର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ୨୦ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ରନାଥ ଜେନା କେସ୍‌ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri