କେନ୍ଦୁପତ୍ର ତୋଳିବାକୁ ଯାଇ ଭାଲୁ ଆକ୍ରମଣରେ ଯୁବକ ଗୁରୁତର

କୋକସରା,୨୪/୦୪(ଡି.ଏନ.ଏ)କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ରବିବାର ସାରେ ତାଙ୍କୁ ଗୁରୁତର ଅବସ୍ଥାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଭାଲୁ ଆକ୍ରମଣରେ ଗୁରୁତର ଯୁବକ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋ ପଞ୍ଚାୟତ ସର୍ଗିଗୁଡା ଗ୍ରାମର ବଳରାମ ମାଝୀ(୪୩)। ଗତକାଲି ସେ ଗାଁ ନିକଟରେ ଥିବା ସାହାଜଖୋଲ ଜଙ୍ଗଲକୁ କେନ୍ଦୁପତ୍ର ତୋଳି ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ଭାଲୁ କବଳରୁ କୌଣସି ମତେ ଖସି ଘରକୁ ଆସିବା ପରେ ତାଙ୍କୁ ପରିବାର ଲୋକେ ଗତକାଲି ରାତିରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ବଳରାମଙ୍କ ଅବସ୍ଥା ସ୍ଥିର ରହିଛି। ଏନେଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକଙ୍କ ପ୍ରତିକ୍ରିୟା ନେବାରୁ ସରକାରୀ ନିୟମ ମୁତାବକ ଯେଉଁ ସବୁ ସହାୟତା ରହିଛି ତାହା ତଦନ୍ତ ପରେ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri