ଟ୍ରକ୍‌ ଧକ୍କାରେ ଯୁବକ ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କାମାକ୍ଷାନଗର,୧୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଟ୍ରକ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀ ଆଳତୁମା ଗ୍ରାମର ପ୍ରିୟବ୍ରତ ପ୍ରଧାନ(୨୧)ଗୁରୁତର ଆହତ ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, (ଓଡି ୧୯-ଜି-୬୭୨୩) ନମ୍ବର ବିଶିଷ୍ଟ ଏକ କୋଇଲା ବୋଝେଇ ଟ୍ରକ୍‌ ୫୩ ନମ୍ବର ରାଜପଥରେ ତାଳଚେରରୁ କାମାକ୍ଷାନଗର ଦେଇ ଡୁବୁରି ଯାଉଥିବାବେଳେ ଆଳତୁମା ଛକରେ ବିପରୀତ ଦିଗରୁ ଆସୁଥିବା ବାଇକ୍‌ (ଓଡି ୦୬-ଇ-୩୪୯୪) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଥିଲେ। ଖବର ପାଇ ଶନିବାର ସକାଳେ ଆଳତୁମା ଗ୍ରାମବାସୀ ଏକାଠି ହୋଇ ଆଳତୁମା ଛକଠାରେ ଶାନ୍ତି ଶୃଙ୍ଖଳାର ସହ ଭାରିଯାନକୁ ଅଟକାଇ ଆହତ ଯୁବକଙ୍କୁ କ୍ଷତିପୂରଣ ଓ ଦିନରେ ସହର ମଧ୍ୟ ଦେଇ ଭାରିଯାନ ଚଳାଚଳକୁ ସମ୍ପୂର୍ଣ୍ଣ ବନ୍ଦ ଦାବି କରିଛନ୍ତି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ଶହ ଶହ ଭାରିଯାନ ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri