ଯୁବକଙ୍କୁ ଗୁଳିମାଡ଼; ୩ ଗିରଫ, ବନ୍ଧୁକ ଜବତ

ବ୍ରହ୍ମପୁର ଅଫିସ, ୧୭।୩: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ସିଂ ଧୋବା ସାହିରେ ମଙ୍ଗଳବାର ମଧ୍ୟରାତିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ପୋଲିସ ଏହି ଘଟଣାରେ ବୁଧବାର ମାଷ୍ଟରମାଇଣ୍ଡ ସମେତ ୩ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖୋଡାସିଂ ତୋଟା ସାହିର ଦିବାକର ନାୟକ(୪୪), ପ୍ରଦୀପ ହାତୀ(୨୭) ଓ କୁନା ନାୟକ (୩୯) । ପୋଲିସ ଦିବାକରଙ୍କ ନିକଟରୁ ଏକ ବନ୍ଧୁକ ଜବତ କରିଛି । ସେହିପରି ଗୁଳିମାଡ଼ର ଶିକାର ଯୁବକଜଣଙ୍କ ହେଲେ ଖୋଡାସିଂଙ୍କ ସହ ସୁରଜ କୁମାର ଦଳାଇ।
ପ୍ରକାଶ ଯେ, କୌଣସି କାରଣକୁ ନେଇ ସୁରଜ ଏବଂ ଦିବାକରଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିରହିଥିଲା । ଏଣୁ ସୁରଜଙ୍କୁ ପାନେ ଦେବା ପାଇଁ ଦିବାକର ଯୋଜନା କରିଥିଲେ। ମଙ୍ଗଳବାର ରାତିରେ ସୁରଜ ଏକାକୀ ଘରକୁ ଫେରୁଥିବା ଦେଖି ଦିବାକର ଅନ୍ୟ ଦୁଇ ସହଯୋଗୀଙ୍କ ସହ ତାଙ୍କୁ ରାସ୍ତାରେ ଅଟକାଇ ପାଟିତୁଣ୍ଡ କରିଥିଲେ। ପରେ ଦିବାକର ଏକ ବନ୍ଧୁକ ବାହାର କରି ସୁରଜଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ସୁରଜଙ୍କ ଡାହାଣ ହାତ ଆଙ୍ଗୁଠିରେ ଗୁଳି ବାଜିଥିଲା। ଘଟଣା ପରେ ଅଭିଯୁକ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ସୁରଜକୁ ଉଦ୍ଧାରକରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ବିଳମ୍ବିତ ରାତିରେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାଷ୍ଟରମାଇଣ୍ଡ ଦିବାକର ଓ ତାଙ୍କ ଅନ୍ୟ ଦୁଇ ସହଯୋଗୀଙ୍କୁ କାବୁ କରିଥିଲା। ଏ ନେଇ ପୋଲିସ ଏକ ମାମଲା(କେସ୍‌ ନଂ. ୭୦/୨୧ ) ରୁଜୁ କରି ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?