ଯୁବକଙ୍କୁ ଗୁଳିମାଡ଼; ୩ ଗିରଫ, ବନ୍ଧୁକ ଜବତ

ବ୍ରହ୍ମପୁର ଅଫିସ, ୧୭।୩: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ସିଂ ଧୋବା ସାହିରେ ମଙ୍ଗଳବାର ମଧ୍ୟରାତିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ପୋଲିସ ଏହି ଘଟଣାରେ ବୁଧବାର ମାଷ୍ଟରମାଇଣ୍ଡ ସମେତ ୩ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖୋଡାସିଂ ତୋଟା ସାହିର ଦିବାକର ନାୟକ(୪୪), ପ୍ରଦୀପ ହାତୀ(୨୭) ଓ କୁନା ନାୟକ (୩୯) । ପୋଲିସ ଦିବାକରଙ୍କ ନିକଟରୁ ଏକ ବନ୍ଧୁକ ଜବତ କରିଛି । ସେହିପରି ଗୁଳିମାଡ଼ର ଶିକାର ଯୁବକଜଣଙ୍କ ହେଲେ ଖୋଡାସିଂଙ୍କ ସହ ସୁରଜ କୁମାର ଦଳାଇ।
ପ୍ରକାଶ ଯେ, କୌଣସି କାରଣକୁ ନେଇ ସୁରଜ ଏବଂ ଦିବାକରଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିରହିଥିଲା । ଏଣୁ ସୁରଜଙ୍କୁ ପାନେ ଦେବା ପାଇଁ ଦିବାକର ଯୋଜନା କରିଥିଲେ। ମଙ୍ଗଳବାର ରାତିରେ ସୁରଜ ଏକାକୀ ଘରକୁ ଫେରୁଥିବା ଦେଖି ଦିବାକର ଅନ୍ୟ ଦୁଇ ସହଯୋଗୀଙ୍କ ସହ ତାଙ୍କୁ ରାସ୍ତାରେ ଅଟକାଇ ପାଟିତୁଣ୍ଡ କରିଥିଲେ। ପରେ ଦିବାକର ଏକ ବନ୍ଧୁକ ବାହାର କରି ସୁରଜଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ସୁରଜଙ୍କ ଡାହାଣ ହାତ ଆଙ୍ଗୁଠିରେ ଗୁଳି ବାଜିଥିଲା। ଘଟଣା ପରେ ଅଭିଯୁକ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ସୁରଜକୁ ଉଦ୍ଧାରକରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା। ବିଳମ୍ବିତ ରାତିରେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାଷ୍ଟରମାଇଣ୍ଡ ଦିବାକର ଓ ତାଙ୍କ ଅନ୍ୟ ଦୁଇ ସହଯୋଗୀଙ୍କୁ କାବୁ କରିଥିଲା। ଏ ନେଇ ପୋଲିସ ଏକ ମାମଲା(କେସ୍‌ ନଂ. ୭୦/୨୧ ) ରୁଜୁ କରି ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri