ଗାଁ ଦାଣ୍ଡରେ ଗୁଳିକରି ଯୁବକଙ୍କୁ ହତ୍ୟା, ଉତ୍ତେଜନା

ଅମରପାଲି/ସୋନପୁର,୬।୩: ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଟିକିରାପଡ଼ାରେ ଶନିବାର ରାତିରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ଗ୍ରାମର ବାବୁଲୁ ମେହେର(୩୦)ଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ପୋଲିସ ବାବୁଲୁଙ୍କ ପଡ଼ୋଶୀ ମୁରଲୀ ମେହେର(୪୦)ଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକକୁ ଜବତ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଘଟଣାକୁ ନେଇ ଟିକିରାପଡ଼ା ଗ୍ରାମରେ ଚାପା ଉତ୍ତେଜନା ଦେଖାଦେଇଛି। ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ଏସ୍‌ଡିପିଓ ଧୀରଜ ଚୋପଦାର, ସୁବଳୟା ଥାନା ଆଇଆଇସି କୁଶ ପାଣିଗ୍ରାହୀ ଘଟଣା ସ୍ଥଳରେ ପହଞ୍ଚି ତନାଘନା ଚଳାଇଛନ୍ତି।
ସୂଚନା ଅନୁଯାୟୀ, ବାବୁଲୁ ଓ ଗୁଳିକାଣ୍ଡ ଘଟାଇଥିବା ଅଭିଯୁକ୍ତ ମୁରଲୀଙ୍କ ଘର ପାଖାପାଖି। କୌଣସି ଘଟଣାକୁ ନେଇ ଦୁଇ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା। ଏ ନେଇ ଉଭୟ ପରିବାର ପକ୍ଷରୁ ପୂର୍ବରୁ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା। ପୋଲିସ ରିପୋର୍ଟ କ୍ରମେ ଉଭୟ ପକ୍ଷଙ୍କ ମଧ୍ୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଶନିବାର ବାବୁଲୁଙ୍କୁ ବୀରମହାରାଜପୁର ଉପଖଣ୍ଡ ମାଜିଷ୍ଟ୍ରେଟ୍‌ ତଥା ଉପଜିଲାପାଳ ସିଆରପିସିର ୧୦୭ ଧାରାରେ ନୋଟିସ୍‌ କରିଥିଲେ। ଏହି ନୋଟିସ୍‌କୁ ନେଇ ସନ୍ଧ୍ୟାରେ ବାବୁଲୁ ଓ ମୁରଲୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମୁରଲୀ ଘରେ ରଖିଥିବା ବନ୍ଧୁକ ଆଣି ଗାଁ ଦାଣ୍ଡରେ ବାବୁଲୁଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ବାବୁଲୁଙ୍କ ଜଙ୍ଘରେ ବାଜି ପ୍ରବଳ ରକ୍ତସ୍ରାବ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଅଟୋ ଯୋଗେ ବୀରମହାରାଜପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରବିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ସୁବଳୟା ଥାନା ଆଇଆଇସି ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?