ଭତ୍ତା ଟଙ୍କା ଭର୍ତ୍ତି ବ୍ୟାଗ ଧରି ଛୁ ମାରିଲେ ଯୁବକ

ଘସିପୁରା,୨୨।୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଶାଳଦେଇ ପଞ୍ଚାୟତ କାର୍ଯ୍ୟାଳୟରେ ଭତ୍ତା ଟଙ୍କା ବଣ୍ଟାଯିବା ସମୟରେ ଜଣେ ଯୁବକ ଟଙ୍କା ଭର୍ତ୍ତି ବ୍ୟାଗ ଧରି ଛୁ ମାରିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏନେଇ ଥାନାରେ ଏକ ଅଭିଯୋଗ ହୋଇଛି। ରାମଚନ୍ଦ୍ରପୁର ପୋଲିସ ଟଙ୍କା ବ୍ୟାଗ ଧରି ଫେରାର ଯୁବକଙ୍କ ବାପାଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି।

ସୂଚନାଯୋଗ୍ୟ, ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତରେ ରବିବାର ଜିଆର୍‌ଏସ୍‌ ଅଶୋକ ସାହୁଙ୍କ ଦ୍ୱାରା ଭତ୍ତା ଟଙ୍କା ହିତାଧିକାରୀଙ୍କୁ ବଣ୍ଟାଯାଉଥିଲା। ଜିଆରଏସ୍‌ ଅଶୋକ ୨ ଲକ୍ଷ ୪ ହଜାର ୬ ଶହ ଟଙ୍କା ଉଠାଇ ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରୁଥିଲେ। ୯୭ଜଣ ହିତାଧିକାରୀଙ୍କୁ ଟଙ୍କା ବଣ୍ଟା ଯାଇଥିବା ବେଳେ ଶାଳଦେଇ ଗ୍ରାମର ନୀଳମଣି ଦଳେଇ ନାମକ ଜଣେ ଯୁବକ ନିଶାଶକ୍ତ ଅବସ୍ଥାରେ ଆସି ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସେ ନେଇଥିବା ବ୍ୟାଗରେ ୧ଲକ୍ଷ ୩ ହଜାର ୪ ଶହ ଟଙ୍କା ରହିଥିବା ଜିଆର୍‌ଏସ୍‌ ସାହୁ କହିଛନ୍ତି।

ଏହି ଘଟଣାକୁ ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ତନାଘନା ଚାଲିଥିବା ବେଳେ ନୀଳମଣିଙ୍କ ବାପା ଅନାମ ଦଳେଇ ଓଲଟା ଗାଳିଗୁଲଜ କରିବା ସହ ଧମକ ଦେଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଅଶୋକ ରାମଚନ୍ଦ୍ରପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri