ମନ୍ଦିରରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା: ୪ ଅଟକ

ବ୍ରହ୍ମପୁର ଅଫିସ,୨୪ା୯: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ମେଣ୍ଟୁଛକ ନିକଟସ୍ଥ ରାଧାକୃଷ୍ଣ ମନ୍ଦିର ପରିସରରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିବା ଘଟଣା ପ୍ରଚାର ହେବା ପରେ ବ୍ରହ୍ମପୁର ସହରରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାଡ ସହାୟତାରେ ତଦନ୍ତ ଆରମ୍ଭ କରିଛି। ମୃତ ଯୁବକଙ୍କ ନାମ କାଳିଆ ସାହୁ(୩୦) ବୋଲି ବଡ଼ ବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ତାଙ୍କର ଘର ଜେନାସାହିରେ। ଏ ନେଇ ବଡ଼ବଜାର ଥାନାରେ ୧୯୬/୨୦ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ପ୍ରତିଦିନ ଭଳି ବୁଧବାର ରାତିରେ ପୂଜକ ମନ୍ଦିର ଫାଟକରେ ତାଲା ପକାଇ ଘରକୁ ଯାଇଥିଲେ। ରାତିରେ ମନ୍ଦିରର ଜଗୁଆଳି ଆସିଥିଲେ। ବିଳମ୍ବିତ ରାତିରେ ମନ୍ଦିର ପରିସରରେ ଥିବା ରୋଷେଇଶାଳାର ବାରଣ୍ଡାରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ତୁରନ୍ତ ସେ ମନ୍ଦିର ପୂଜକ ଓ ଟ୍ରଷ୍ଟିଙ୍କୁ ଖବର କରିଥିଲେ। ମନ୍ଦିର ଟ୍ରଷ୍ଟି ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଦେଖି ପୋଲିସକୁ ଖବର କରିଥିଲେ। ଭୋର୍‌ ସମୟରେ ବଡ଼ବଜାର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଟାଉନ ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି, ବଡ଼ବଜାର ଥାନାଧିକାରୀ ପ୍ରମୁଖ ତଦନ୍ତ ଆରମ୍ଭ କରିଥିଲେ। କାଳିଆଙ୍କ ମା’ ବାସନ୍ତୀ ସାହୁ ପୁଅର ମୃତଦେହ ଚିହ୍ନଟ କରିଛନ୍ତି। କାଳିଆ କିଛିଦିନ ହେଲା ମନ୍ଦିରରେ ରଙ୍ଗ ଦେବା କାମ କରୁଥିଲେ। ରାତିରେ ସେ ମନ୍ଦିର ପରିସରରେ ହିଁ ଶୋଇ ପଡ଼ନ୍ତି ବୋଲି ପୋଲିସ କହିଛି। ପୋଲିସ କାଳିଆଙ୍କ ମୃତଦେହ ନିକଟରୁ ଦୁଇଟି ରକ୍ତଲଗା ସିମେଣ୍ଟ ଇଟା ଜବତ କରିଛି। ତାଙ୍କ ମୁଣ୍ଡକୁ ସେହି ଇଟାରେ ଛେଚି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ନିକଟରୁ ଏକ ଗଞ୍ଜେଇ ଚିଲମ, ଦିଆସିଲି ମଧ୍ୟ ଜବତ ହୋଇଛି। ବୁଧବାର ରାତିରେ କାଳିଆ ସହିତ କିଛି ଯୁବକ ଗଞ୍ଜେଇ ଟାଣିବା ପରେ କୌଣସି ଏକ କଥାକୁ ନେଇ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ନେଇ ପୋଲିସ ଅନୁମାନ କରୁଛି। ଏହାପରେ ସେହି ଯୁବକମାନେ କାଳିଆଙ୍କ ମୁଣ୍ଡକୁ ପଥରେ ଛେଚି ହତ୍ୟା କରିଥିବା ପୋଲିସ ଅନୁମାନ କରୁଛି। ଉକ୍ତ ରାତିରେ କାଳିଆଙ୍କ ସହିତ ଥିବା ୪ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri