ମନ୍ଦିରରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା: ୪ ଅଟକ

ବ୍ରହ୍ମପୁର ଅଫିସ,୨୪ା୯: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ମେଣ୍ଟୁଛକ ନିକଟସ୍ଥ ରାଧାକୃଷ୍ଣ ମନ୍ଦିର ପରିସରରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିବା ଘଟଣା ପ୍ରଚାର ହେବା ପରେ ବ୍ରହ୍ମପୁର ସହରରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାଡ ସହାୟତାରେ ତଦନ୍ତ ଆରମ୍ଭ କରିଛି। ମୃତ ଯୁବକଙ୍କ ନାମ କାଳିଆ ସାହୁ(୩୦) ବୋଲି ବଡ଼ ବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ତାଙ୍କର ଘର ଜେନାସାହିରେ। ଏ ନେଇ ବଡ଼ବଜାର ଥାନାରେ ୧୯୬/୨୦ରେ ଏକ ହତ୍ୟା ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ପ୍ରତିଦିନ ଭଳି ବୁଧବାର ରାତିରେ ପୂଜକ ମନ୍ଦିର ଫାଟକରେ ତାଲା ପକାଇ ଘରକୁ ଯାଇଥିଲେ। ରାତିରେ ମନ୍ଦିରର ଜଗୁଆଳି ଆସିଥିଲେ। ବିଳମ୍ବିତ ରାତିରେ ମନ୍ଦିର ପରିସରରେ ଥିବା ରୋଷେଇଶାଳାର ବାରଣ୍ଡାରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ତୁରନ୍ତ ସେ ମନ୍ଦିର ପୂଜକ ଓ ଟ୍ରଷ୍ଟିଙ୍କୁ ଖବର କରିଥିଲେ। ମନ୍ଦିର ଟ୍ରଷ୍ଟି ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଦେଖି ପୋଲିସକୁ ଖବର କରିଥିଲେ। ଭୋର୍‌ ସମୟରେ ବଡ଼ବଜାର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଟାଉନ ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି, ବଡ଼ବଜାର ଥାନାଧିକାରୀ ପ୍ରମୁଖ ତଦନ୍ତ ଆରମ୍ଭ କରିଥିଲେ। କାଳିଆଙ୍କ ମା’ ବାସନ୍ତୀ ସାହୁ ପୁଅର ମୃତଦେହ ଚିହ୍ନଟ କରିଛନ୍ତି। କାଳିଆ କିଛିଦିନ ହେଲା ମନ୍ଦିରରେ ରଙ୍ଗ ଦେବା କାମ କରୁଥିଲେ। ରାତିରେ ସେ ମନ୍ଦିର ପରିସରରେ ହିଁ ଶୋଇ ପଡ଼ନ୍ତି ବୋଲି ପୋଲିସ କହିଛି। ପୋଲିସ କାଳିଆଙ୍କ ମୃତଦେହ ନିକଟରୁ ଦୁଇଟି ରକ୍ତଲଗା ସିମେଣ୍ଟ ଇଟା ଜବତ କରିଛି। ତାଙ୍କ ମୁଣ୍ଡକୁ ସେହି ଇଟାରେ ଛେଚି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ନିକଟରୁ ଏକ ଗଞ୍ଜେଇ ଚିଲମ, ଦିଆସିଲି ମଧ୍ୟ ଜବତ ହୋଇଛି। ବୁଧବାର ରାତିରେ କାଳିଆ ସହିତ କିଛି ଯୁବକ ଗଞ୍ଜେଇ ଟାଣିବା ପରେ କୌଣସି ଏକ କଥାକୁ ନେଇ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ନେଇ ପୋଲିସ ଅନୁମାନ କରୁଛି। ଏହାପରେ ସେହି ଯୁବକମାନେ କାଳିଆଙ୍କ ମୁଣ୍ଡକୁ ପଥରେ ଛେଚି ହତ୍ୟା କରିଥିବା ପୋଲିସ ଅନୁମାନ କରୁଛି। ଉକ୍ତ ରାତିରେ କାଳିଆଙ୍କ ସହିତ ଥିବା ୪ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri