ମେଟ୍ରୋ ଟ୍ରେନରେ ଯାତ୍ରୀଙ୍କୁ ଧମକାଇ ଭୟଭୀତ କରାଇ ଭିଡିଓ କରି ସୋସିଆଲ ମିଡ଼ିଆରେ ପୋଷ୍ଟ କଲେ ଯୁବକ, ଏବେ ହେଲା ଏଭଳି…

ବେଙ୍ଗାଲୁର,୯।୧ : ସୋସିଆଲ ମିଡିଆରେ ଲୋକପ୍ରିୟ ହେବା ପାଇଁ ଲୋକମାନେ ବିଭିନ୍ନ କୌଶଳ ଅବଲମ୍ବନ କରୁଛନ୍ତି। କେତେକ ମେଟ୍ରୋରେ ନାଚୁଛନ୍ତି ଏବଂ କେହି କେହି ଷ୍ଟଣ୍ଟ କରୁଛନ୍ତି। କିନ୍ତୁ ଜଣେ ଯୁବକଙ୍କ ପାଇଁ ଏହା କରିବା ମହଙ୍ଗାହୋଇଛି। ଏହି ଯୁବକ ଜଣକ ବେଙ୍ଗାଲୁରୁ ମେଟ୍ରୋରେ ଯାତ୍ରୀଙ୍କୁ ଧମକାଇ ଭୟଭୀତ କରାଇ ସେମାନଙ୍କ ଭିଡିଓ ରେକର୍ଡିଂ କରି ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ। ଯେତେବେଳେ ଭିଡିଓ ଭାଇରାଲ ହେଲା ସେତେବେଳେ ସେ ଅସୁବିଧାରେ ପଡ଼ିଲେ।

୩୦ ବର୍ଷିୟ ଇନଷ୍ଟାଗ୍ରାମ ଇନଫ୍ଲଏନ୍ସର ସନ୍ତୋଷ କୁମାର ମେଟ୍ରୋରେ ଯାତ୍ରୀଙ୍କ ଭିଡ ରେ ପହଞ୍ଚି ଭିଡିଓ ରେକର୍ଡ କରିଛନ୍ତି । ତାଙ୍କୁ ଇନଷ୍ଟାଗ୍ରାମରେ ୧.୬୨ ଲକ୍ଷ ଲୋକ ଫଲୋ କରୁଛନ୍ତି ।

ତେବେ ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକମାନେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହା ପରେ, ବେଙ୍ଗାଲୁରୁ ମେଟ୍ରୋ ରେଲଓ୍ବେ ତାଙ୍କ ଉପରେ ନଜର ରଖିଲା ଏବଂ ତାଙ୍କର ସମ୍ପୂର୍ଣ୍ଣ ବିବରଣୀ ସଂଗ୍ରହ କଲା । ମେଟ୍ରୋ ଅଧିକାରୀମାନେ ତାଙ୍କ ଗାଡି ନମ୍ବର ପାଇ ପୋଲିସକୁ ଏହା ବିଷୟରେ ଜଣାଇଥିଲେ।

ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଅଭିଯୋଗ ହୋଇଛି । କିନ୍ତୁ ଅଭିଯୋଗ ଆସିବା ପରେ ପୋଲିସ ଘଟଣାର ଅନୁସନ୍ଧାନ କରିଥିଲେ ଏବଂ ପରେ ଉକ୍ତ ଯୁବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ପୋଲିସ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସରକୁ ପୋଲିସ ଷ୍ଟେଶନକୁ ଡାକିଥିଲା। ଏକ ରିପୋର୍ଟ ଅନୁଯାୟୀ, ଅଭିଯୁକ୍ତଙ୍କ ମା କାନ୍ଦି କାନ୍ଦି ତାଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ନିବେଦନ କରିଥିଲେ।

ଏହା ପରେ ବ୍ୟକ୍ତି ଜଣକ ଏକ ଲିଖିତ କ୍ଷମା ପ୍ରାର୍ଥନା କରିଥିଲେ ଏବଂ ସୋସିଆଲ ମିଡିଆରୁ ଏହିପରି ସମସ୍ତ ଭିଡିଓ ହଟାଇବାକୁ ରାଜି ହୋଇଥିଲେ। ମେଟ୍ରୋ ଆକ୍ଟର ଧାରା ୫୯ (୧) ଅନୁଯାୟୀ ତାଙ୍କ ବିରୋଧରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ୫୦୦ ଟଙ୍କା ଜୋରିମାନା ଲାଗୁ କରାଯାଇଥିଲା ଏବଂ ବେଙ୍ଗାଲୁରୁ ମେଟ୍ରୋ ରେଲଓ୍ବେ ଦ୍ୱାରା କଡା ଚେତାବନୀ ଦିଆଯାଇଥିଲା। ବେଙ୍ଗାଲୁରୁ ମେଟ୍ରୋ ରେଲଓ୍ବେ ଦ୍ୱାରା ଏପରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପ୍ରଥମ ଘଟଣା ନୁହେଁ, ଏହା ପୂର୍ବରୁ ମଧ୍ୟ ମେଟ୍ରୋରେ ଲୋକଙ୍କୁ ହଇରାଣ କରୁଥିବା କିମ୍ବା ଆଇନ ଭାଙ୍ଗୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

 

https://www.instagram.com/reel/C10yF2mPibf/?utm_source=ig_embed&ig_rid=3a0c92e8-5539-4855-b7db-d0e0c6019a2b


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri