ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ ସାଜିଛି । ପ୍ରେମିକାକୁ ପାଇବା ପାଇଁ ଯୁବକ ଜଣକ ଏକ ନିର୍ମାଣଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢିଯାଇଥିଲେ ।

ସେଠାରେ ପ୍ରେମିକାକୁ ପାଇବା ପାଇଁ ଏକ ସର୍ତ୍ତ ରଖିଥିଲେ । ଯୁବତୀଙ୍କୁ ଏଠାକୁ ଆଣ, ବିବାହ କରିବା ପରେ ତଳକୁ ଓହ୍ଲାଇବି ବୋଲି କହିଥିଲେ । ପରିବାର ଲୋକେ ବୁଝାସୁଝା କରିଥିଲେ ହେଁ ତଳକୁ ଓହ୍ଲାଇନଥିଲେ । ଯୁବତୀ ନଆସିଲେ ତଳକୁ ଡେଇଁ ପଡିବି ବୋଲି ଧମକ ଦେଇଥିଲେ । ଖବରପାଇ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ତାଙ୍କୁ ଓହ୍ଲାଇବାକୁ ଚେଷ୍ଟା କରିଥିଲେ ହେଁ ନାକେଦମ ହୋଇଯାଇଥିଲେ । ଯୁବକଙ୍କ ଘର ସ୍ଥାନୀୟ କାଳିଆଦୁମା ଗ୍ରାମରେ ବୋଲି ଜଣାପଡିଛି ।

ଖବର ଅନୁସାରେ, ସେ ତାଙ୍କ ଗ୍ରାମ ନିକଟ କାଣ୍ଡବାରିସି ଗ୍ରାମର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ । ନିକଟରେ ସେମାନେ କୁଆଡେ ଫେରାର ହୋଇଯାଇଥିଲେ । ତେବେ ଉଭୟ ପରିବାର ଲୋକ ସେମାନଙ୍କୁ ବୁଝାସୁଝା କରି ଘରକୁ ଆଣିଥିଲେ । ପରେ ଯୁବତୀଙ୍କୁ ପରିବାର ଲୋକ ଅଲଗା ସ୍ଥାନରେ ରଖିଥିଲେ ଏବଂ ଭେଟ ହେବାକୁ ଦେଇନଥିଲେ । ଏଣୁ ଯୁବକ କ୍ଷୁବ୍ଧ ହୋଇ ଏଭଳି ନିଷ୍ପତ୍ତି ନେଇଥିଲଲେ । ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ଯୁବକ ଜଣଙ୍କ ଉକ୍ତ ମନ୍ଦିର ଉପରେ ଚଢିଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ ।

 ପାଖାପାଖି ୪.୩୦ ରେପୋଲିସ ଓ ଅଗ୍ନିଶମ ବାହିନୀ ଉପରକୁ ଯାଇ ବୁଝାସୁଝା କରି  ତଳକୁ ଓହ୍ଲାଇଥିଲେ । ଏନେଇ ହରିଚନ୍ଦନପୁର ଥାନା ଅଧିକାରିଣୀ ମିତାଲି ବିଶ୍ୱାଳ କହିଛନ୍ତି ଯେ ଉପରକୁ ଚଢିଯାଇଥିବା ଯୁବକଙ୍କୁ ଉଦ୍ଧାର କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri