ଚଳନ୍ତା ଟ୍ରକ୍‌ରେ ଯୁବକଙ୍କୁ ବନ୍ଧା ହେବା ଘଟଣା: ଚାଳକ ଗିରଫ

ପାରାଦୀପ,୨୬ା୫(ସ୍ବ.ପ୍ର.): ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଭୂତମୁଣ୍ଡାଇ ମହାନଦୀ ପୋଲ ଉପରେ ଜଣେ ଯୁବକଙ୍କୁ ଟ୍ରକ୍‌ରେ ବାନ୍ଧି ଚଳାଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ପାରାଦୀପ ଲକ୍‌ ଥାନା ପୋଲିସ ଟ୍ରକ ଚାଳକଙ୍କୁ ବୁଧବାର ସାରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପ୍ରଭାକର ନାୟକ। ତାଙ୍କ ଘର ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବେତଣ୍ଡା ଗଁାରେ। ଏ ନେଇ ଥାନାରେ ନଂ. ୧୪୨/୨୨ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ସପ୍ତାହେ ତଳେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଟିକରପଙ୍ଗା ଗଁାର ଗଜେନ୍ଦ୍ର ସ୍ବାଇଁ ଟ୍ରକ ଚାଳକଙ୍କ ମୋବାଇଲ ଚୋରି କରିଥିବା ଅଭିଯୋଗ ହୋଇଥିଲା। ପରେ ଚାଳକ ପ୍ରଭାକର ଗଜେନ୍ଦ୍ରଙ୍କୁ ଧରି ଟ୍ରକ ଆଗରେ ବାନ୍ଧି ଗାଡି ଚଳାଇବା ସହ ଭିଡିଓ ରେକର୍ଡିଂ କରିଥିଲେ। ତାହାକୁ ସାମାଜିକ ଗଣମାଧ୍ୟମରେ ଭାଇରାଲ କରି ଦେଇଥିଲେ। ଉକ୍ତ ଘଟଣାରେ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚ୍‌ଆର୍‌ସି) ନିଜ ଆଡୁ ମାମଲା ରୁଜୁ କରି ଜଗତ୍‌ସିଂହପୁର ଏସ୍‌ପିଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଲକ୍‌ ଥାନା ପୋଲିସ ଗଜେନ୍ଦ୍ରଙ୍କୁ ଠାବ କରି ଥାନାରେ ଅଭିଯୋଗ ପାଇଁ ପରାମର୍ଶ ଦେଇଥିଲେ। ଗଜେନ୍ଦ୍ର ମଙ୍ଗଳବାର ଏ ନେଇ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ପ୍ରଭାକରଙ୍କୁ ଗିରଫ କରିଛି। ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ସବ୍ୟସାଚୀ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri