ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରି ଯୁବକ ଗିରଫ

ତରଭା,୭ା୩(ଡି.ଏନ.ଏ.): ଯୁବତୀଙ୍କ ସହ ସୋସିଆଲ ମିଡିଆରେ ସମ୍ପର୍କ ସ୍ଥାପନ କଲେ। ପରେ ସମ୍ପୃକ୍ତ ଯୁବତୀଙ୍କୁ ଟଙ୍କା ମାଗି ବ୍ଲାକମେଲ କରିଥିଲେ। ଏଥିରେ ସଫଳ ନ ହେବାରୁ ଶେଷରେ ଆପତ୍ତିଜନକ ଫଟୋ ସବୁ ଭାଇରାଲ କରିବା ଅଭିଯୋଗରେ ସୁବର୍ଣ୍ଣପୁର ଜିଲା କମସରା ଫାଣ୍ଡି ପୋଲିସ ବୌଦ୍ଧ ଜିଲା ମନୁମୁଣ୍ଡା ଥାନା ଅଧିନ ଖମ୍ବେଶ୍ୱରୀପାଲି ଗ୍ରାମର ପଦ୍ମନାଭ ରଣା(୨୧)ଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ତରଭା ଜେଏମ୍‌ଏଫସି ଜାମିନ ନାମଞ୍ଜୁର କରିବାରୁ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ସମ୍ବନ୍ଧରେ ସୋମବାର ସୋନପୁର ଏସ୍‌ଡିପିଓ ପୁଷ୍ପାଞ୍ଜଳି ନିଙ୍ଗି ତରଭା ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି। ରବିବାର ପୀଡିତାଙ୍କ ଏତଲା ଅନୁଯାଇ ତରଭା ଥାନା ଆଇଆଇସି ସୁବ୍ରତ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ଏସଆଇ ଯଯାତି କେଶରୀ ସାହୁ, ଏଏସଆଇ ନିମାଇଁ ଚରଣ ବାରିକ ଖମ୍ବେଶ୍ୱରୀପାଲିକୁ ଯାଇ ପଦ୍ମନାଭଙ୍କୁ ଥାନାକୁ ଉଠାଇ ଆଣିଥିଲେ। ଉକ୍ତ ଘଟଣାରେ ବ୍ୟବହୃତ ମୋବାଇଲ ଜବତ ହୋଇଛି। ଅଭିଯୁକ୍ତ ଭିଡିଓ କଲକୁ ରେକଡିଙ୍ଗ କରି ପୀଡିତାଙ୍କୁ ଟଙ୍କା ମାଗିବା ସହ ନ ଦେଲେ ଇନଷ୍ଟାଗ୍ରାମରେ ପୋଷ୍ଟ କରାଯିବ ବୋଲି ଧମକ ଦେଇଥିଲେ। ଶେଷରେ ଅଶ୍ଳିଳ ଭିଡିଓ ସବୁକୁ ପୋଷ୍ଟ କରିଦେଇଥିଲେ ବୋଲି ଏସ୍‌ଡିପିଓ ନିଙ୍ଗୀ ସୂଚନା ଦେଇଛନ୍ତି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ତରଭା ଥାନାରେ ଏକ ମାମଲା(୪୨/୨୩) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri