ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଯୁବକ ଗିରଫ

ଲାଠୋର,୨୨ା୧୦(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଲାଠୋର ଥାନା ପୋଲିସ ଉକ୍ତ ଯୁବକଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛି। ସମ୍ପୃକ୍ତ ଯୁବକ ଜଣକ ହେଲେ ବିଭୂତି ସାହୁ। ଏ ନେଇ ଦଫା ୬୭, ୬୭ (ଏ) ସୂଚନା ପ୍ରଯୁକ୍ତି ଆଇନ, ୨୯୨, ୫୦୦, ୫୦୬, ୫୦୭, ୫୦୯ରେ ଏକ ମାମଲା (ନଂ.୧୧୪/୨୦) ରୁଜୁ ହୋଇଛି। ଏହି ଘଟଣାରେ ଆଉ କେତେଜଣଙ୍କ ସମ୍ପୃକ୍ତି ସନ୍ଦେହ କରାଯାଉଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଲାଠୋର ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ ଲାଠୋର ଅଞ୍ଚଳର ବିଭୂତି କିଛିଦିନ ତଳେ ଜଣେ ଯୁବତୀଙ୍କର ଅଶ୍ଳୀଳ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିଥିଲେ। ଏଥିସହ ସମ୍ପୃକ୍ତ ଯୁବତୀଙ୍କ ବାପା ଓ ଭାଇଙ୍କୁ ଧମକ ଦେଉଥିଲେ। ଏ ନେଇ ଯୁବତୀ ଜଣକ ଲାଠୋର ଥାନାରେ ଏତଲା ଦେଇଥିଲେ। ଏତଲା ଅନୁଯାୟୀ ପୋଲିସ ୬ ଜଣ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ସେମାନଙ୍କ ମଧ୍ୟରୁ ବିଭୂତି ସାହୁଙ୍କ ସମ୍ପୃକ୍ତି ସ୍ପଷ୍ଟ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?