ଯୁବକଙ୍କୁ ପିଟି ପିଟି ମାରିଦେଲେ

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ପାରିଆଉଡ଼ା ଗ୍ରାମର ଜଣେ ଯୁବକଙ୍କୁ ସାମନ୍ୟ ବଚସାକୁ ନେଇ ହତ୍ୟା କରାଯାଇଛି। ମୃତକ ହେଲେ ରାଜୀବ ବେହେରା ଓରଫ ଟୁନୁ। ଦୁର୍ବୃତ୍ତମାନେ ତାଙ୍କୁ ଯୋଜନାବଦ୍ଧ ଭାବେ ପିଟି ପିଟି ମାରି ଦେଇଥିବା ମୃତକଙ୍କ ବଡ଼ଭାଇ ସଞ୍ଜୟ କୁମାର ବେହେରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା(ନଂ.୯୨/୨୫) ରୁଜୁକରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ରାଜୀବ ତାଙ୍କର ଜଣେ ବନ୍ଧୁ ଅରୁଣ କୁମାର ସାହୁଙ୍କ ସହିତ ଶୀର୍ଷାପାଳ ଛକ ନିକଟରେ ଛିଡ଼ା ହୋଇଥିଲେ। ଏହି  ସମୟରେ ଜଣେ ଅଜଣା ଯୁବକ ବାଇକ୍‌ ଯୋଗେ ଆସି ହଳଦୀପାଳ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର ଠିକଣା ପଚାରିଥିଲେ। ଏନେଇ ରାଜୀବଙ୍କ ସହ ତାଙ୍କର ବଚସା ହୋଇଥିଲା।
ପରେ ଠିକଣା ପଚାରିଥିବା ଯୁବକ ଏବଂ ତାଙ୍କର କେତେଜଣ ସହଯୋଗୀ ସଂଘବଦ୍ଧ ଭାବେ ପେଟ୍ରୋଲ ପମ୍ପ ନିକଟରେ ରାଜୀବଙ୍କୁ ନିସ୍ତୁକ ମାଡ଼ମାରି ଗୁରୁତର କରିଥିଲେ। ହଳଦୀପାଳ ଗ୍ରାମର ଅମ୍ବରିଶ ବେହେରା ରାଜୀବଙ୍କୁ ଉଦ୍ଧାର କରି ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।
ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକତ୍ସାଧୀନ ଅବସ୍ଥାରେ ୨ ତାରିଖରେ ରାଜୀବଙ୍କ ମୃତ୍ୟୁ ଘଟିଥିଲା। ବେତନଟୀ ଏସ୍‌ଡିପିଓ ମିନତୀ ବିଶ୍ୱାଳ ସାଇଣ୍ଟିଫିକ ଟିମ୍‌ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରଉଚରା କରୁଛି।

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri