ଚଳନ୍ତା ଟ୍ରେନ୍‌ରେ ଚଢ଼ି ଜଳିଗଲେ ଯୁବକ

ରାୟଗଡ଼ା ଅଫିସ,୨୪ା୪: ଚଳନ୍ତା ଟ୍ରେନ୍‌ରେ ହଠାତ ଚଢ଼ିଗଲେ ଯୁବକ। ଏହା ଦେଖି ତାଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିବାରୁ ଟ୍ରେନ୍‌ ଉପର ଦେଇ ଯାଇଥିବା ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ତାରକୁ ଧରି ଜଳିଗଲେ ଯୁବକ। ରାୟଗଡ଼ା ଜିଲା ଜେମାଦେଇପେଣ୍ଠ ଷ୍ଟେଶନ ନିକଟରେ ରବିବାର ଏଭଳି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁଯାୟୀ, ତାମ୍ବ୍ରମ-ଜସିଡିହ ସାପ୍ତାହିକ ସୁପରଫାଷ୍ଟ ଟ୍ରେନ୍‌ ଜେମାଦେଇପେଣ୍ଠ ଷ୍ଟେଶନ ଅଭିମୁଖେ ଯାଉଥିବାବେଳେ ଜଣେ ଯୁବକ ଟ୍ରେନ୍‌ ବଗି ଉପରେ ଚଢ଼ିଥିବା ଷ୍ଟେଶନରେ ଥିବା ରେଲ୍‌ଓ୍ବେ କର୍ମଚାରୀ ଦେଖିଥିଲେ। ତୁରନ୍ତ ଲୋକେ ପାଇଲଟଙ୍କୁ ଯୋଗାଯୋଗ କରି ଟ୍ରେନ୍‌ ଅଟକାଇବାକୁ କହିଥିଲେ। ଟ୍ରେନ୍‌ ଅଟକାଇ ପାଇଲଟ ଏବଂ ରେଲ୍‌ଓ୍ବେ କର୍ମଚାରୀ ଯୁବକଙ୍କୁ ଓହ୍ଲାଇଯିବାକୁ ଅନୁରୋଧ କରିଥିଲେ। ହେଲେ ଯୁବକ ଜଣକ ଓହ୍ଲାଇବା ବଦଳରେ ଉପର ଦେଇ ଯାଇଥିବା ବିଦ୍ୟୁତ୍‌ ତାରକୁ ଧରିଦେଇଥିଲେ। ଘଟଣାସ୍ଥଳରେ ସେ ଜଳି ଯାଇଥିଲେ। ଜିଆର୍‌ପି ଏବଂ ଆର୍‌ପିଏଫ୍‌ ଟିମ୍‌ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଛି। ଯୁବକଙ୍କ ପରିଚୟ ମିଳି ପାରିନାହିଁ। ସେ ଏଭଳି ଚରମ ନିଷ୍ପତ୍ତି କାହିଁକି ନେଲେ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ଯୁବକ ଜଣକ ପୂର୍ବ ଷ୍ଟେଶନ ପାର୍ବତୀପୁରମ୍‌ କିମ୍ବା ବୋବ୍ବିଲିରେ ଚଢ଼ିଥିବା ଅନୁମାନ କରାଯାଉଛି ବୋଲି ରାୟଗଡ଼ା ଆର୍‌ପିଏଫ୍‌ ଆଇଆଇସି ପଙ୍କଜ କୁମାର କହିଛନ୍ତି। ଘଟଣାର ଅଧିକ ତଦନ୍ତ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?