ଶୁକ୍ରବାର ବାହାରି ଥିଲେ ଘରୁ, ଶନିବାର ମିଳିଲା ମୃତଦେହ

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସହରର ଗାନ୍ଧୀଛକ ନିକଟ ଏକ ଗଳିରାସ୍ତାରେ ଜଣେ ଯୁବକଙ୍କ ମୃତଦେହ ପଡିଛି। ମୃତ ଯୁବକ ଜଣକ ବରଗଡ଼ ମଙ୍ଗଳାଝୁମ୍ପୁଡି ବାସିନ୍ଦା ସୁରଜ ନାଗ  ବୋଲି ଚିହ୍ନଟ ହୋଇଛି। ତାଙ୍କ ମୁହଁ ସମେତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଶନିବାର ସକାଳେ ଖବର ପାଇ ବରଗଡ଼ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ପାରିପାର୍ଶ୍ୱିକ ସ୍ଥିତିରୁ ଯୁବକଙ୍କୁ ଅନ୍ୟତ୍ର ହତ୍ୟା କରି ରାସ୍ତାରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ତେବେ ମୃତଦେହ ପଡିଥିବା ସ୍ଥାନ ଜିଲା ପୋଲିସ ମୁଖ୍ୟାଳୟଠାରୁ ଅନତିଦୂରରେ ରହିଥିବା ଯୋଗୁ ଘଟଣାଟି ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ସୁରଜ ବରଗଡ଼ ରେଲୱେ ଷ୍ଟେଶନ ରାସ୍ତାର ଏକ ଦୋକାନରେ କାମ କରୁଥିବା ଜଣାପଡିଛି। ସେ ଶୁକ୍ରବାର ଘରୁ ବାହାରି ଫେରି ନ ଥିବା ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri