Posted inଅପରାଧ

ବାଇକରେ ଷ୍ଟଣ୍ଟ କରିବାକୁ ବାରଣ କରିବାରୁ ଯୁବକଙ୍କୁ ହତ୍ୟା

ନୂଆଦିଲ୍ଲୀ, ୧୩।୭: ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଇକରେ ଷ୍ଟଣ୍ଟ କରୁଥିବା କିଛି ଯୁବକଙ୍କୁ ଏପରି ନ କରିବା ପାଇଁ ବାରଣ କରିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ପଡ଼ିଛି। ଯାହାର ଫଳସ୍ବରୂପ ଯୁବକମାନେ ରାଗିଯାଇ ସେହି ବ୍ୟକ୍ତିଙ୍କୁ ଛୁରୀ ଭୁସି ହତ୍ୟା କରିଛନ୍ତି। ଏଭଳି ଏକ ଘଟଣା ପଶ୍ଚିମ ଦିଲ୍ଲୀର ରଘୁବୀର ନଗରରେ ଘଟିଯାଇଛି। ସ୍ଥାନୀୟ ଅଞ୍ଚଳର ମନୀଷ ନାମକ ଜଣେ ବ୍ୟକ୍ତି ପେଶାରେ ଜଣେ କାର ଚାଳକ ଥିଲେ। ଗତ ସପ୍ତାହରେ ୧୭ ବର୍ଷୀୟ ଜଣେ ନାବାଳକ ଏବଂ ତାଙ୍କର ଦୁଇଜଣ ସାଙ୍ଗ ଜନଗହଳିପୂର୍ଣ୍ଣ ରାସ୍ତା ବିପଦପୂର୍ଣ୍ଣ ଭାବେ ବାଇକ୍‌ରେ ଷ୍ଟଣ୍ଟ କରି ଯାଉଥିଲେ। ମନୀଷ ସେମାନଙ୍କୁ ଅଟକାଇ ଏପରି ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାକୁ ନେଇ ଉଭୟ ପକ୍ଷ ମଧ୍ୟରେ କଥା କଟାକଟି ହୋଇଥିଲା। ଶେଷରେ ମୁଖ୍ୟ ଅଭିଯୁକ୍ତ ନାବାଳକଙ୍କ ସମେତ ତାଙ୍କର ୨ ସାଙ୍ଗ ଛୁରୀରେ ମନୀଷଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଏହାପରେ ସ୍ଥାନୀୟ ଲୋକ ମନୀଷଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ ମଧ୍ୟ ସେତେବେଳକୁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଅଭିଯୁକ୍ତମାନେ ମନୀଷଙ୍କ ଶରୀରକୁ ଛୁରୀରେ ୨୮ଥର ଆକ୍ରମଣ କରିଥିବା ଜଣାପଡ଼ିଛି। ଏହି ଘଟଣାରେ ପୋଲିସ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ୩ ଅଭିଯୁକ୍ତଙ୍କୁ ଗରିଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri