ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି କହି ଠକିନେଲେ ୧୦ ହଜାର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି। ୧୯୯୯ ମହାବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଟଙ୍କା ମିଳିବ କହି ଜଣେ ବୃଦ୍ଧଙ୍କଠାରୁ ୧୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ, ଗତ ଶନିବାର ପୂର୍ବାହ୍ନରେ ଏକ ବାଇକ୍‌ରେ ଜଣେ ଯୁବକ ଗଞ୍ଜାମ ଥାନା ଅଧୀନ ଦାମୋଦରପୁର ଗ୍ରାମ ଗୁରେନ୍ଦ୍ର ବେହେରା(୭୪)ଙ୍କ ଘରକୁ ଆସିଥିଲେ। ସେ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଥିବା ଗୁରେନ୍ଦ୍ରଙ୍କୁ କହି ବିଶ୍ୱାସ ଜନ୍ମାଇଥିଲେ। ପରେ ସେ ଗୁରେନ୍ଦ୍ରଙ୍କୁ ବାତ୍ୟା ସହାୟତା ୩ ଲକ୍ଷ ୫୦ ହଜାର ଟଙ୍କା ଆସିଥିବା କହିଥିଲେ। ଏପରି କି ଯୁବକ ଜଣକ ୨୫ ହଜାର ୫ ଶହ ଟଙ୍କା ଦେଲେ ଷ୍ଟେଟ୍‌ ବ୍ୟାଙ୍କରୁ ଚେକ୍‌ ଆଣି ଦେବେ ବୋଲି କହିଥିଲେ। ହେଲେ ଗୁରେନ୍ଦ୍ର ଏତେ ଟଙ୍କା ପାଖରେ ନ ଥିବା କହିଥିଲେ। ଯୁବକ ଜଣକ ପାଖରେ ଯାହା ଅଛି ଦେବାକୁ କହିଥିଲେ। ଏନେଇ ଗୁରେନ୍ଦ୍ର ୧୦ ହଜାର ଟଙ୍କା ଯୁବକଙ୍କୁ ଦେଇଥିଲେ। ପରବର୍ତ୍ତୀ ସମୟରେ ଯୁବକ ଜଣକ ଗୁରେନ୍ଦ୍ରଙ୍କୁ ବାଇକ୍‌ରେ ବସାଇ ଗଞ୍ଜାମ ନେଇଥିଲେ। ସାନବଜାର ନିକଟରେ ଗୁରେନ୍ଦ୍ରଙ୍କୁ ଛାଡ଼ି ବ୍ୟାଙ୍କରୁ ଆସୁଥିବା କହିଥିଲେ। ହେଲେ ଯୁବକ ଜଣକ ଆଉ ଆସି ନ ଥିଲେ। ଠକେଇର ଶିକାର ହୋଇଥିବା ନେଇ ଗୁରେନ୍ଦ୍ର ଅଭିଯୋଗ କରିଛନ୍ତି। ଏପରି କି ସେ ଥାନାରେ ଅଭିଯୋଗ କରିବେ ବୋଲି କହିଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri