Posted inଫୁରସତ

କଇଁଛକୁ ଆକ୍ରମଣ କରି ଯୁବକ ଜେଲ ଗଲେ

ଓ୍ବାଶିଂଟନ୍‌: ନିଶା ମଣିଷର ସବୁଠାରୁ ବଡ଼ ଶତ୍ରୁ। ଯେତେବେଳେ ସେ ନିଶାରେ ଥା’ନ୍ତି, ସେତେବେଳେ କିଛି ଅଜବ କାମ କରିଥା’ନ୍ତି। ତାହା ମଜାଳିଆ ଏବଂ ଆଶ୍ଚର୍ଯ୍ୟ ମଧ୍ୟ ହୋଇପାରେ। ଆମେରିକାର ଜଣେ ବ୍ୟକ୍ତି ନିଶାରେ ଏକ ଦୁର୍ଲଭ କଇଁଛକୁ ଆକ୍ରମଣ କରି ଏବେ ଜେଲ ଯାଇଥିବା ଜଣାପଡିଛି। ରିପୋର୍ଟ ମୁତାବକ, ୨୦୨୧ରେ ଆମେରିକାର ଇଷ୍ଟ ସାନ ଜୋସ୍‌ରେ ଥିବା ଏକ ପ୍ଲେ ସ୍କୁଲରେ ଜିଓର୍ଜି ରୋବଲେସ୍‌ ନାମକ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ଏକ କଇଁଛକୁ ଆକ୍ରମଣ କରିଥିଲେ। ଆଫ୍ରିକାନ୍‌ ସୁଲକାଟା ପ୍ରଜାତିର ଉକ୍ତ ଦୁର୍ଲଭ କଇଁଛର ବୟସ ୭୦ ବର୍ଷ। ରିପୋର୍ଟ ଅନୁସାରେ, ଉକ୍ତ ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଆସିଥିଲେ। ହେଲେ ସେଠାରେ କଇଁଛକୁ ଦେଖି ଶତ୍ରୁ ଭାବି ତାକୁ ଉଠାଇ ଫୋପାଡି ଦେଇଥିଲେ। ଏ ସବୁକୁ ତାଙ୍କ ପଡୋଶୀ ଦେଖି ପାଟି କରିବାକୁ ଲାଗିଥିଲେ। ଉକ୍ତ ବ୍ୟକ୍ତି ଏକ ମୁନିଆ ଅସ୍ତ୍ରରେ କଇଁଛର ମୁଣ୍ଡ ଏବଂ ପିଠିକୁ ଆକ୍ରମଣ କରିଥିଲେ। ସେଥିପାଇଁ ଉକ୍ତ ବ୍ୟକ୍ତିଙ୍କୁ ୨ ବର୍ଷ ଜେଲଦଣ୍ଡ ହୋଇଛି। ଏଥିସହ ୧୦ ବର୍ଷ ପର୍ଯ୍ୟନ୍ତ ତାଙ୍କୁ ପ୍ରାଣୀ ପାଳିବାକୁ ବାରଣ ହୋଇଛି। ତେବେ ଉକ୍ତ ବ୍ୟକ୍ତି ଜଣକ ସେଦିନ ପ୍ଲେ ସ୍କୁଲରୁ କିଛି ବିଦ୍ୟୁତ୍‌ ସରଞ୍ଜାମ ଚୋରି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri