ନାଳ ନିକଟରେ ପଡ଼ିଛି ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ: ପରିଚୟ ଖୋଜୁଛି ବନ୍ଧମୁଣ୍ଡା ପୋଲିସ

ରାଉରକେଲା ଅଫିସ, ୧୯।୧୨: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ପ୍ରେମନଗର ନାଳ ନିକଟରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ମୃତଦେହ ନିକଟରେ ରକ୍ତ ଭିଜା ପଥର ପଡ଼ିଥିବାରୁ ତାଙ୍କୁ ପଥରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି l ମୃତ ଯୁବକଙ୍କର ପରିଚୟ ମିଳି ପାରିନାହିଁ। ବନ୍ଧମୁଣ୍ଡା ପୁଲିସ, ସାଇଣ୍ଟିଫିକ ଟିମ୍‌ ପହଞ୍ଚି ଘଟଣାର ଯାଞ୍ଚ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଛି। ଶନିବାର ସକାଳୁ ସ୍ଥାନୀୟ ଅଞ୍ଚଳର କିଛି ଲୋକ ଶୌଚ କରିବାକୁ ନାଳକୁ ଯିବା ବେଳେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଦେଖିବାକୁ ପାଇଥିଲେ। ଏ ସଂକ୍ରାନ୍ତରେ ସେମାନେ ବନ୍ଧମୁଣ୍ଡା ପୁଲିସକୁ ସୂଚନା ଦେଇଥିଲେ। ତେବେ ଗତ ସପ୍ତାହକ ମଧ୍ୟରେ ଅଞ୍ଚଳରେ ଦୁଇ ଦୁଇଟି ଗୁଳିକାଣ୍ଡ, ହତ୍ୟା ଘଟଣା ଘଟିଥିବାରୁ ପୁଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri