ସେଲ୍‌ଫି ଚକ୍କରରେ ହେଲିକପ୍ଟରରେ କଟିଗଲା ମୁଣ୍ଡ

ଲଣ୍ଡନ,୨୮ା୭: ସୋସିଆଲ ମିଡିଆ ଏବଂ ସେଲ୍‌ଫିର ନିଶା ଏତେ ବଢ଼ିଗଲାଣି ଯେ, କାହା ସହ କେତେବେଳେ କ’ଣ ଘଟୁଛି କହିହେଉ ନାହିଁ।

ବ୍ରିଟେନର ଜଣେ ଧନୀ ପରିବାରର ୨୨ ବର୍ଷର ପୁଅ ଜ୍ୟାକ୍‌ ଫେଣ୍ଟନଙ୍କ ମୁଣ୍ଡ ହେଲିକପ୍ଟର ପଙ୍ଖାରେ କଟିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେଲ୍‌ଫି ନେବା ସମୟରେ ତାଙ୍କର ବେକ କଟି ଯାଇଥିବା କୁହାଯାଉଛି। ଜ୍ୟାକ୍‌ ଉକ୍ତ ହେଲିକପ୍ଟରରେ ଛୁଟିରେ ନିଜ ଘରକୁ ଫେରୁଥିଲେ। ଏହାର ଫ୍ୟାନ୍‌ ବନ୍ଦ ହେବାରୁ ପୂର୍ବରୁ ସେ ଓହ୍ଲାଇ ସେଲ୍‌ଫି ନେଉଥିଲେ। ଫଳରେ ଏପରି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଥିଲା।

ଜ୍ୟାକ୍‌ ୩ ସାଙ୍ଗଙ୍କ ସହ ହେଲିକପ୍ଟରରେ ମାଇକୋନୋସରୁ ଗ୍ରୀସ୍‌ର ରାଜଧାନୀ ଏଥେନ୍ସ ନିକଟରେ ଏକ ଘରୋଇ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। କିନ୍ତୁ ହେଲିକପ୍ଟର ସମ୍ପୂର୍ଣ୍ଣ ବନ୍ଦ ହେବା ପୂର୍ବରୁ ସେ ତଳକୁ ଓହ୍ଲାଇ ଯାଇ ଫଟୋ କ୍ଲିକ୍‌ କରିବା ଆରମ୍ଭ କରିଥିଲେ। ସେତେବେଳେ ତାଙ୍କ ବେକ କଟି ଯାଇଥିଲା। ଘଟଣା ପରେ ପାଇଲଟଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri