ମନ୍ଦିର ସଫେଇ କଲେ ମୁସ୍‌ଲିମ୍‌ ଯୁବକ

ଢେଙ୍କାନାଳ ଅଫିସ, ୨।୧:  ସାମ୍ପ୍ରଦାୟିକ ବିଭେଦତାକୁ ନେଇ ଅଶାନ୍ତି ହେଉଛି ବିଶ୍ୱ। ଘଟୁଛି ହିଂସାକାଣ୍ଡ। ଅନେକ ସମୟରେ ପରିସ୍ଥିତି ଅଣାୟତ୍ତ ହୋଇପଡୁଛି। ହେଲେ ଏଭଳି ଅନେକ ସଙ୍ଗଠନ ମାନବିକତା, ଭାଇଚାରା, ସଦ୍‌ଭାବନା ସୃଷ୍ଟି କରି ସାଜୁଛନ୍ତି ଅନ୍ୟମାନଙ୍କ ପାଇଁ ଉଦାହରଣ। ଏହି କ୍ଷେତ୍ରରେ ଗୋଟିଏ ପାଦ ଆଗରେ ରହିଛି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୁଣ୍ଡିଚାପଡ଼ାସ୍ଥିତ ଅହମ୍ମଦିଆ ମୁସଲିମ୍‌ ଯୁବ ସଙ୍ଗଠନ। ଇଂଲିଶ ନବବର୍ଷ ଅବସରରେ ଏକତାର ବାର୍ତ୍ତା ପ୍ରଦାନ ସ୍ବରୂପ ଅନୁଷ୍ଠାନର ଯୁବକମାନେ ସ୍ଥାନୀୟ ଜାମା ମସଜିଦ୍‌, ଗ୍ରାମଦେବୀ ଜେନାମଣି ମନ୍ଦିର ପ୍ରାଙ୍ଗଣ ସମେତ ଗୁଣ୍ଡିଚାପଡ଼ା ଶହୀଦ ସ୍ମାରକଠାରୁ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ସଫେଇ କରିଛନ୍ତି। ଏ ସମ୍ପର୍କରେ ଅହମ୍ମଦିଆ ଯୁବ ସଙ୍ଗଠନ ଅଧ୍ୟକ୍ଷ ମହମ୍ମୁଦ ଖଁା କୁହନ୍ତି, ଇସଲାମ ଧର୍ମ ପବିତ୍ରତାର ଶିକ୍ଷା ଦିଏ। ପବିତ୍ରତା ବିଶ୍ୱାସର ଅଂଶ। ଜାତି, ବର୍ଣ୍ଣ, ଧର୍ମ ନିର୍ବିଶେଷରେ ସମସ୍ତେ ଏକ୍‌। ପରିବେଶକୁ ସ୍ବଚ୍ଛ ରଖିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ। ଗୁଣ୍ଡିଚାପଡ଼ା ଅହମ୍ମଦିଆ ମୁସଲିମ୍‌ ସମ୍ପ୍ରଦାୟ ସଭାପତି ସୁଲେମାନ ଅଲ୍ଲୀ ଖଁା, ଯୁବ ସଙ୍ଗଠନ ଉପାଧ୍ୟକ୍ଷ ରମଜାନ୍‌ ବକ୍ସଙ୍କ ସମେତ ବହୁ ଯୁବକ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri