Posted inଖେଳ

ହୃଦଘାତରେ ଆଖି ବୁଜିଲେ ଏହି ଯୁବ କ୍ରିକେଟର; ଏସ୍‌ସିଏ ସ୍ତବ୍ଧ

ନୂଆଦିଲ୍ଲୀ,୧୬।୧୦: ପୂର୍ବତନ ଭାରତ ଅଣ୍ଡର-୧୯ ଅଧିନାୟକ ତଥା ସୌରାଷ୍ଟ୍ର ପକ୍ଷରୁ ଘରୋଇ ଟୁର୍ନାମେଣ୍ଟ ଖେଳୁଥିବା ଅଭି ବାରୋତଙ୍କ ଅକାଳ ବିୟୋଗ ଘଟିଛି। ମାତ୍ର ୨୯ ବର୍ଷ ବୟସରେ ହୃଦଘାତ ଯୋଗୁ ଏହି କ୍ରିକେଟରଙ୍କ ଦେହାନ୍ତ ହୋଇଛି।

ଶୁକ୍ରବାର ଘରେ ଥିବା ବେଳେ ଅସୁସ୍ଥ ଅନୁଭବ କରିଥିଲେ ଅଭି। ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଉଥିଲା। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଭିଙ୍କ ମୃତ୍ୟୁ ପରେ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ସ୍ତବ୍ଧ ହୋଇଯାଇଛି।

ଏସ୍‌ସିଏର ଅଧ୍ୟକ୍ଷ ଜୟଦେବ ଶାହ ଶୋକବ୍ୟକ୍ତ କରିବା ସହ ହରିୟାଣାରୁ ତାଙ୍କୁ ସୌରାଷ୍ଟ୍ର ଆଣିଥିବା କହିଛନ୍ତି। ଅଭି ତାଙ୍କର କ୍ୟାରିୟର ପାଇଁ ସର୍ବଦା ମନେ ରହିବେ। ୪୨ ବର୍ଷରେ ଅଭିଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା। ଏଣୁ ତାଙ୍କ ପରେ ମା’ ଏବଂ ସ୍ତ୍ରୀଙ୍କ ଦୁନିଆ ଥିଲେ ସେ। ସ୍ତ୍ରୀ ଗର୍ଭବତୀ ଥିବାରୁ ଏବେ ତାଙ୍କର ସନ୍ତାନ ହୋଇଥାନ୍ତା। ହେଲେ ଭାରତ ପାଇଁ ଖେଳିବା ଏବଂ ବାପା ହେବାର ଖୁସି ସେ ଅନୁଭବ କରିପାରିଲେ ନାହିଁ ବୋଲି ଶାହ କହିଛନ୍ତି। ପରିବାରକୁ ଏଭଳି ଦୁଃଖରୁ ମୁକୁଳିବାକୁ ସମୟ ଲାଗିବ ବୋଲି ସେ ମଧ୍ୟ କହିଛନ୍ତି।

କହିରଖୁଛୁ, ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ଅଭି ୩୮ ପ୍ରଥମ ଶ୍ରେଣୀ, ୩୮ ଲିଷ୍ଟ ଏ ଓ ୨୦ ଘରୋଇ ଟି-୨୦ ମ୍ୟାଚ୍‌ ଖେଳିଛନ୍ତି। ସେ ୨୦୧୧ରେ ଭାରତର ଅଣ୍ଡର-୧୯ ଟିମ୍‌ର ଅଧିନାୟକ ଥିଲେ। ନିକଟରେ ଶେଷ ହୋଇଥିବା ସୟିଦ ମୁସ୍ତାକ ଅଲ୍ଲୀ ଟ୍ରଫିରେ ସେ ୫୩ ବଲ୍‌ରେ ବିସ୍ଫୋରକ ୧୨୨ ରନ୍‌ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ଏବେ ଏହି କ୍ରିକେଟରଙ୍କ ବିୟୋଗରେ ବିଶିଷ୍ଟ କ୍ରିକେଟରମାନେ ଶୋକବ୍ୟକ୍ତ କରିବା ସହ ପରିବାରକୁ ସମବେଦନା ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri