ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ବକ୍ତାପୁର ଗ୍ରାମର ନନ୍ଦନ ଭାରତୀ।

ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରରୁ ୪ ଜଣ ସାଙ୍ଗ ଏକ କାର୍ ଯୋଗେ ଭୀମକୁଣ୍ଡକୁ ବୁଲିବାକୁ ଆସିଥିଲେ। ଭୀମକୁଣ୍ଡରେ ଗାଧୋଉଥିବା ସମୟରେ ହଠାତ୍ ୨ ଜଣ ସାଙ୍ଗ ପାଣିରେ ବୁଡ଼ି ଯାଇଥିଲେ। ସେମାନଙ୍କୁ ବୁଡ଼ିଯାଉଥିବାର ଦେଖି ଅନ୍ୟ ଜଣେ ସାଙ୍ଗ ତାଙ୍କୁ ଉଦ୍ଧାର କରିବାକୁ ପାଣିକୁ ଡେଇଁଥିଲେ। ସେ ଜଣେ ସାଙ୍ଗକୁ ସୁରକ୍ଷିତ ଭାବେ ଉଦ୍ଧାର କରିବାରେ ସଫଳ ହୋଇଥିବା ବେଳେ ନନ୍ଦନଙ୍କର ପାଣିରେ ବୁଡ଼ି ମୃତ୍ୟୁ ଘଟିଥିଲା।

ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନନ୍ଦନଙ୍କ ମୃତଦେହକୁ ନଦୀରୁ ଉଦ୍ଧାର କରିଥିଲେ। ଏହାପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଛି। ଏହି ସୂଚନା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri