ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ ୩ଦିନ ଧରି ନିଅଁା ଜଳୁଛି। ଏହି ତାତି ଥମି ନ ଥିବାବେଳେ ଆଉ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏହି ବ୍ଲକ ଅଧୀନ ଧାମରା ଥାନା ଅଞ୍ଚଳରେ ରୋଷେଇ ଘରେ ଜଣେ ବାପଛେଉଣ୍ଡ ଝିଅଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଗତ ୧୭ ତାରିଖ ସନ୍ଧ୍ୟାରେ ଘଟଣାଟି ଘଟିଥିବା ବେଳେ ଲୋକଲଜ୍ଜା ଭୟରେ ବିଷପିଇ ପୀଡ଼ିତା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପୀଡ଼ିତାଙ୍କ ମା’ ଏନେଇ ଗୁରୁବାର ଧାମରା ଥାନାରେ ଅଭିଯୋଗ କରିବା ପରେ ଘଟଣା ପଦାକୁ ଆସିଛି। ପୀଡ଼ିତାଙ୍କ ହାତଲେଖା ଚିଠି ଏବଂ ତାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ଉକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।
ଅଭିଯୋଗ ଅନୁଯାୟୀ, ଯୁବତୀ ଜଣକ ଗତ ୧୭ ତାରିଖ ସନ୍ଧ୍ୟାରେ ଘରେ ରୋଷେଇ କରୁଥିବା ବେଳେ ସେହି ଗ୍ରାମର ଜଣେ ଯୁବକ ପହଞ୍ଚତ୍ ତାଙ୍କ ଓଢ଼ଣିକୁ ଯୁବତୀଙ୍କ ପାଟିରେ ଦେଇ ବଳାତ୍କାର କରିଥିଲେ। ଘଟଣାର ୨ ଦିନ ପରେ ଅର୍ଥାତ୍‌ ୨୦ ତାରିଖରେ ଯୁବତୀ ଜଣକ ଏକ କାଗଜରେ ଏ ସମ୍ପର୍କରେ ଲେଖି ଦେଇ ଆତ୍ମହତ୍ୟା ପାଇଁ ଦୁଦୁରା ମଞ୍ଜି ଖାଇ ଦେଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ଧାମରା ସ୍ବାସ୍ଥ୍ୟକେନ୍ଦ୍ର, ପରେ ଭଦ୍ରକ ଏବଂ କଟକର ଏକ ନର୍ସିଂହୋମ୍‌ରେ ଭର୍ତ୍ତି କରାଯାଇଛି।
ଏହି ଘଟଣା ବାହାରେ ପ୍ରକାଶ କଲେ ତାଙ୍କର ଅନ୍ୟ ଭଉଣୀମାନଙ୍କ ସହ ଏପରି କରାଯିବ ବୋଲି ଯୁବକ ଜଣକ ଧମକ ଦେଇଥିବା ପୀଡ଼ିତା ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି। ଏନେଇ ଧାମରା ଥାନାଧିକାରୀ ଶୋଭନ କୁମାର ସ୍ବାଇଁ କହିଛନ୍ତି, ଘଟଣାର ସତ୍ୟତା ଅଛି। ଲୋକଲଜ୍ଜା ଭୟରେ ପୀଡ଼ିତା ଏହି ଘଟଣାକୁ ବାହାରେ ପ୍ରକାଶ କରିପାରି ନ ଥିବାବେଳେ ଶେଷରେ ବିଷ ପିଇଦେଇଥିଲେ। ଏନେଇ ଏକ ମାମଲା(ନଂ.୫୬/୨୫) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରହିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri