ଘରେ ଆତ୍ମହତ୍ୟା କଲେ ଯୁବତୀ, ଭୟରେ ପରିବାର ଲୋକେ କଳେ ଏମିତି କାମ: ସତ ଜଣାପଡ଼ିବା ପରେ…

ଲୋଇସିଂହା,୩।୧୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ହଳଦିପଦର ନିକଟସ୍ଥ ଘେସାଲି ନାଲାରୁ ଜଣେ ଯୁବତୀଙ୍କ ମୃତଦେହକୁ ଆଗଲପୁର ପୋଲିସ ରବିବାର ଅପରାହ୍ନରେ ଜବତ କରିଥିଲା। ମୃତ ଯୁବତୀ ଜଣକ ହେଲେ ହଳଦିପଦର ଗ୍ରାମର ନେପୂର ଗହିର(୨୬)। ଆଗଲପୁର ପୋଲିସ ସାଇିଫିକ୍‌ ଟିମ ସହ ତଦନ୍ତ କରି ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ଆଗଲପୁର ଥୋନରେ (ନଂ 11।25)ରେ ଏକ ଅପମୃତ୍ୟୁ ମାମଲା କରାଯାଇଛି। ପରେ ମୃତଦେହକୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲକୁ ପଠାଇ ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଆଗଲପୁର ପୋଲିସ ପକ୍ଷରୁ ରୁଜୁ ଅପମୃତ୍ୟୁ ମାମଲାକୁ ବଲାଙ୍ଗୀର ଏସପି ଅଭିଳାଷ ଜୀ ସନ୍ଦେହ ପ୍ରକଟ କରି ସୋମବାର ଘଟଣାସ୍ଥଳ ପରିଦର୍ଶନ କରି ଫେରିଥିବା ଜଣାପଡିଛି।

ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ଯୁବତୀଙ୍କ ଘର ଆଗଲପୁର ବ୍ଲକ ହଳଦିପଦର ଗ୍ରାମର। ହେଲେ ଯୁବତୀ ଜଣକ ନିକଟସ୍ଥ ବୁଦୁଲା ପଞ୍ଚାୟତ ବୁରୋଭାଡି ଗ୍ରାମର ମାମୁ ଘରେ ରହି ଆସୁଥିଲେ। କୁଆଡେ ଜଣେ ଯୁବକଙ୍କ ତାଙ୍କ ପ୍ରେମ ସମ୍ପର୍କ ରହିଥିଲା। କିଛିଦିନ ପୂର୍ବରୁ ଯୁବତୀ ଜଣକ ସେହି ଯୁବକଙ୍କ ସହ ଘରୁ ଫେରାର ହୋଇଯାଇଥିଲେ। କିନ୍ତୁ ପରିବାର ଲୋକେ ଯୁବତୀଙ୍କୁ ଫେରାଇ ଆଣିଥିଲେ। ଏପରିକି ପୂର୍ବରୁ ମଧ୍ୟ ଯୁବତୀ ଜଣକ ଘରୁ ଚାଲିଯାଇଥିଲେ। କିନ୍ତୁ ପୋଲିସର କହିବା ଅନୁଯାୟୀ, ରବିବାର ଯୁବତୀ ଜଣକ ବେକରେ ରଶି ଲଗାଇ ଘରେ ଆମତ୍ହତ୍ୟା କରିଥିଲେ। ଏଥିରେ ପରିବାର ଲୋକେ ଭୟଭୀତ ହୋଇପଡି ମୃତଦେହକୁ ଉକ୍ତ ନାଳା ନିକଟକୁ ନେଇ ଫିଙ୍ଗି ଦେଇ ଚାଲିଆସି ନିଖୋଜ ଅଭିନୟ କରିଥିଲେ। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ଯୁବତୀଙ୍କ ମୃତଦେହ ନାଲ ନିକଟରେ ପଡିଥିବା ସୂଚନା ଦେଇଥିଲେ। ହେଲେ ସୋମବାର ପରିବାର ଲୋକେ ଘଟଣା ସମ୍ପର୍କରେ ସତ କହିବା ସହ ଆମତ୍ହତ୍ୟା କରିଥିବା ରଶି ପୋଲିସକୁ ଜିମା ଦେଇଥିବା ଭାରପ୍ରାପ୍ତ ଥାନା ଅଧିକାରୀ ବାସୁଦେବ ବୋଇ କହିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri