ପ୍ରେମିକଙ୍କ ପାଇଁ ବିଷ ପିଇଲେ ଯୁବତୀ

ଗୋପାଳପୁର,୧୯ା୧୧(ଡି.ଏନ୍‌.ଏ.): ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ଭଲ ପାଉଥିବା ଜାଣି ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ।

ସୂଚନା ଅନୁଯାୟୀ ଗୋଳନ୍ଥରା ଥାନା ଅଞ୍ଚଳର ଜୈନିକ ଯୁବତୀ ଅଞ୍ଚଳର ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ହେଲେ ଯୁବକ ଜଣକ ଅନ୍ୟ ଜଣେ ଯୁବତୀଙ୍କୁ ଭଲ ପାଉଥିବା ସେ ଜାଣିବାକୁ ପାଇଥିଲେ। ଏନେଇ ଯୁବତୀ ଜଣକ ମାନସିକ ଭାରସାମ୍ୟ ହରାଇ ଗୁରୁବାର ବିଳମ୍ବିତ ରାତିରେ ଘରେ କୀଟନାଶକ ପିଇ ଦେଇଥିଲେ। ପରିବାର ଲୋକ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି। ଏନେଇ ଗୋଳନ୍ଥରା ଥାନା ପୋଲିସ ଏକ ମାମଲା (ନଂ.୩୪/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି।